ବାରିପଦା(ମାଣିକ ଲାଲ ପାଣି): ଜିଏସ୍ଟି କର ଫାଙ୍କୁଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲାର ରରୁଆଁଠାରେ ଥିବା ଏକ ଗୁଟଖା କମ୍ପାନୀ ଉପରେ ଏକ କୋଟି ୧୧ ହଜାର ଟଙ୍କାର ଫାଇନ୍ ହୋଇଛି। ରାଜ୍ୟ ଜିଏସ୍ଟି ଏନ୍ଫୋର୍ସମେଣ୍ଟ ଟିମ୍ ସମେତ ଅନୁଗୁଳ,ଯାଜପୁର , ବାଲେଶ୍ୱର ,କଟକ ଜିଲ୍ଲାର ଜିଏସ୍ଟି ଏନ୍ଫୋର୍ସମେଣ୍ଟ ଟିମ୍ ଏକକାଳୀନ ଏହି ଚଢ଼ାଉ କରିଥିଲେ।
ସୂଚନାଯୋଗ୍ୟ, ମୟୂରଭଞ୍ଜ ଜିଲ୍ଲାର ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ଅଫିସ୍ ଏବଂ ଗୋଦାମ ଉପରେ ରାଜ୍ୟ ଜିଏସ୍ଟି ଏନ୍ଫୋର୍ସମେଣ୍ଟ ଟିମ୍ ଗତ ଗୁରୁବାର ଓ ଶୁକ୍ରବାର ଚଢାଉ କରିଥିଲା। ଶ୍ରୀ ଉଦ୍ୟୋଗ, ଜଗନ୍ନାଥ ଟ୍ରେଡର, ଓମ୍ ଇଣ୍ଡଷ୍ଟ୍ରି ସମେତ ୪ଟି ସ୍ଥାନରେ ଟିମ୍ ଚଢାଉ କରିଥିଲା । ଚଢାଉ ବେଳେ ବ୍ୟାପକ ଗୁଟଖା କାରବାର ସହ ଲୁହା ରଡ଼, ସିମେଣ୍ଟ, ଇଟା ଆଦି କାରବାର ହେଉଥିବା ଜଣା ପଡ଼ିଥିଲା।
କିନ୍ତୁ ଏସବୁ କାରବାରରେ ବ୍ୟବସାୟୀଜଣକ ଜିଏସ୍ଟି କର ଫାଙ୍କୁଥିବା ଜଣା ପଡିବା ପରେ ଏପରି ଫାଇନ୍ ଲାଗୁ କରାଯାଇଛି । ସମ୍ପୃକ୍ତ ବ୍ୟବସାୟୀଙ୍କ ମହିଳା ଏବଂ ତାଙ୍କ ପୁଅଙ୍କ ନାମରେ ଏ ସବୁ କାରବାର ଚାଲୁଥିବା ଚଢାଉ ବେଳେ ଜଣାପଡ଼ିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।