ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଭଗିଆ ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ଭୋରରେ ଏକ ବସ୍ ଓଲଟି ପଡ଼ିବାରୁ ୨୦ରୁ ଅଧିକ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
‘ଅଳଙ୍କାର’ ନାମକ ଏହି ବସ୍ଟି ବାରିପଦାର ଗୋରୁମହିଷାଣୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ବସ୍ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ। ବସ୍ଟି ଦ୍ରୁତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା ବୋଲି ଜଣାପଡ଼ିଛି।
ଖବର ପାଇ ସିମୁଳିଆ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା ଓ ଆହତମାନଙ୍କୁ ଉଦ୍ଧାର କରି ସିମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା। ତେବେ ଆହତଙ୍କ ମଧ୍ୟରୁ ତିନି ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ପଠାଯାଇଛି। କିଛି ଆହତଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମଧ୍ୟ ଭର୍ତ୍ତି କରାଯାଇଛି।
ପୁଲିସ୍ ଘଟଣାର ତଦନ୍ତ କରୁଥିବା ବେଳେ ବସ୍ ଡ୍ରାଇଭର ଫେରାର ହୋଇଯାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେବେ ସିଦ୍ଧାନ୍ତ ଦାସ, ରହିବେ ଫୁଲଟାଇମ୍ ସିଇସି ଅଧ୍ୟକ୍ଷ
ରାଜ୍ୟ ନଗର ଉନ୍ନୟନ ବିଭାଗର ସଚିବ ଉଷା ପାଢ଼ୀଙ୍କୁ ଚିଠି ଲେଖି ଶ୍ରୀ ଦାସ ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେଇ ଅବଗତ କରାଇଛନ୍ତି ।
Politics
ଆସନ୍ତାକାଲିଠୁ ବିଧାନସଭା: ପୁଳାପୁଳା ପ୍ରସଙ୍ଗ, ରଣନୀତି ତୟାର କଲେ ଶାସକ-ବିରୋଧୀ
ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ।
Accident
ଗାଡ଼ି ଚେକିଂ ବେଳେ ମାଡ଼ିଗଲା ଗ୍ୟାସ କଣ୍ଟେନର: ବାଇକ୍ ଆରୋହୀ ମୃତ, ପୁଲିସ୍ କର୍ମଚାରୀ ଗୁରୁତର
ଘଟଣାସ୍ଥଳରେ ପୁଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
Crime
ଜେଡ୍ ଇଷ୍ଟେଟ୍ ମାଲିକଙ୍କ ବୟାନ ପରେ ସତ ଖୋଲିଲା ଇଡି: ଜବତ ହୋଇଛି ୧.୩୯କୋଟି ଟଙ୍କା ସହ ବହୁ ଆପତ୍ତିଜନକ ଦସ୍ତାବିଜ
ଭୁବନେଶ୍ୱରର ଗାଡ଼କଣ ମୌଜାରେ ସାଧାରଣ ପ୍ରଶାସନ ବିଭାଗର ଏକ ମୂଲ୍ୟବାନ ସରକାରୀ ଜମି ଜାଲିଆତି ଅଭିଯୋଗ ମାମଲାର ଶୁଣାଣି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟ ମଧ୍ୟ ଶ୍ରୀ ମହାନ୍ତିଙ୍କ ଅଡ଼ୁଆ ବଢ଼ାଇଛି ।
Miscellaneous
ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
‘ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡ଼ିକ ଜାରି ରହିଛି।’