ଭୁବନେଶ୍ୱର ଏମ୍ସର ୩୦୦ରୁ ଅଧିକ କର୍ମଚାରୀ ପଜିଟିଭ, ଆଜିଠୁ ଓପିଡି ବନ୍ଦ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ୍। ଜାନୁଆରୀ ୧ରୁ ଆଜି ପର୍ଯ୍ୟନ୍ତ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ନେଇ ଏମ୍ସ ସୂତ୍ରରୁ ସୂଚନା ମିଳିଛି। ସୂଚନା ଅନୁସାରେ ୭୦ରୁ ଅଧିକ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୬୦ ନର୍ସିଂ କର୍ମଚାରୀ ଓ ୯୦ରୁ ଅଧିକ ଅନ୍ୟ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। […]

aiims

Niharika Rout
  • Published: Monday, 17 January 2022
  • , Updated: 17 January 2022, 03:33 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ୍। ଜାନୁଆରୀ ୧ରୁ ଆଜି ପର୍ଯ୍ୟନ୍ତ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ନେଇ ଏମ୍ସ ସୂତ୍ରରୁ ସୂଚନା ମିଳିଛି।

ସୂଚନା ଅନୁସାରେ ୭୦ରୁ ଅଧିକ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୬୦ ନର୍ସିଂ କର୍ମଚାରୀ ଓ ୯୦ରୁ ଅଧିକ ଅନ୍ୟ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ୨୦ ଜଣ ଛାତ୍ରଛାତ୍ରୀ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଆଇସୋଲେସନ୍‌ରେ ଥିବା ବେଳେ ପ୍ରାୟ ୧୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ କାର୍ଯ୍ୟକୁ ଫେରିଥିବା କହିଛନ୍ତି ଏମ୍ସର ଅତିରିକ୍ତ ଅଧୀକ୍ଷକ ଡାକ୍ତର ପ୍ରଭାସ ରଞ୍ଜନ ତ୍ରିପାଠୀ।

ଅନ୍ୟପକ୍ଷରେ ଆଜିଠୁ ବନ୍ଦ ରହିଛି ଏମ୍ସ ଓପିଡି । ଓପିଡି ବନ୍ଦ ନେଇ ଭୁବନେଶ୍ୱର ଏମ୍ସ୍ ପକ୍ଷରୁ ୨ ଦିନ ପୂର୍ବେ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରିକାଳୀନ ସେବା ଚାଲୁ ରହିବ ବୋଲି କହିଛନ୍ତି କର୍ତ୍ତୃପକ୍ଷ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୪୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୯୮୨ ଜଣ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨,୯୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Related story