ସୁବର୍ଣ୍ଣପୁର (ରବୀନ୍ଦ୍ର ହୋତା): ଗାଁରେ ମାତିଛି ଝାଡ଼ାବାନ୍ତି। ଆଜି ସୁଦ୍ଧା ୩୫ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ ହୋଇ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ମେଡିକାଲ୍ରେ ଚିକିତ୍ସିତ ହେଉଛନ୍ତି। ଦୂଷିତ ପାଣି ବ୍ୟବହାର ଯୋଗୁ ଝାଡ଼ାବାନ୍ତି ବ୍ୟାପୁଛି ବୋଲି ଅଭିଯୋଗ ହୋଇଛି।
ତରଭା ବ୍ଲକ୍ ଅନ୍ତର୍ଗତ ରାଣୀସର୍ଡା ପଞ୍ଚାୟତ ଅର୍ଡା ଗାଁରେ ଗତକାଲି ରାତିରୁ କେତେକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଅର୍ଡା ପାଖ ମେଣ୍ଡାଗାଁର ଡାକ୍ତରଖାନାରେ ଭର୍ତ୍ତି ଡାକ୍ତରଖାନା ନିଆଯାଇଥିଲା। ମାତ୍ର ଡାକ୍ତର ନଥିବାରୁ ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କୁ ନାଇକେନପାଲି, ତରଭା, ଲୋଇସିଂହା ଓ ବଲାଙ୍ଗୀର ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩୫ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।
ଗାଁରେ ଥିବା ଜଳ ଯୋଗାଣ ପ୍ରକଳ୍ପ ଟାଙ୍କି କିମ୍ବା ପାଣି ପାଇପ୍ ଦୂଷିତ ହୋଇଥିବାରୁ ଝାଡ଼ାବାନ୍ତି ବ୍ୟାପୁଥିବା ଆଲୋଚନା ହେଉଛି। ଏ ସମ୍ପର୍କରେ ଖବର ପାଇ ଏକ ମେଡିକାଲ୍ ଟିମ୍ ଗାଁରେ ପହଞ୍ଚି ଝାଡାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।