ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଳକ ଗିଲାଯୋଡ଼ିରେ ଭୋଗ ଖାଇ ୫୦ରୁ ଅଧିକ ଲୋକ ଅସୁସ୍ଥ ହୋଇପଡ଼ିଛନ୍ତି । ସେମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଗତକାଲି ଗାଁରେ ଭଗବତୀ ପୂଜା ହୋଇଥିଲା । ଏଥିରେ ୬୦୦ରୁ ଅଧିକ ଲୋକ ପ୍ରସାଦ ସେବନ କରିଥିଲେ । ସନ୍ଧ୍ୟା ବେଳେ ପ୍ରଥମେ ୬ ଜଣ ଶିଶୁ ଅସୁସ୍ଥ ହୋଇ ପଡ଼ିଥିଲେ । ପ୍ରବଳ ବାନ୍ତି ହେବା ସହ ପେଟ କାଟିବାରୁ ପିଲାମାନଙ୍କୁ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଏହାପରେ ଗାଁରୁ ୫୦ରୁ ଅଧିକ ଲୋକ ଅସୁସ୍ଥ ହୋଇଥିଲେ । ସେମାନଙ୍କୁ ବସ୍ତା, ଜଳେଶ୍ୱର ଓ ପାଉଁଶକୁଳି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଏବେ ସମସ୍ତଙ୍କ ଅବସ୍ଥା ସ୍ଥିର ଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।