ବରଗଡ଼(ଦୀପକ ଶର୍ମା): ମଧ୍ୟାହ୍ନ ଭୋଜନ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ଏପରି ଅଭାବନୀୟ ଘଟଣା ଘଟିଛି ବରଗଡ଼ ଜିଲ୍ଲା ସୋହେଲା ବ୍ଲକ୍ ରେଙ୍ଗାଳି ପଞ୍ଚାୟତ ବ୍ରାହ୍ମଣଡିହି ଗ୍ରାମରେ ଥିବା ସ୍କଲରେ। ପିଲାମାନଙ୍କୁ ସ୍ଥାନୀୟ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି।
ବ୍ରାହ୍ମଣଡିହି ଗାଁରେ ରହିଛି ପ୍ରକଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟ। ଆଜି ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଭାତ, ଡ଼ାଲି ଓ ସୋୟାବିନ୍ ତରକାରୀ ଖାଇବାକୁ ଦିଆଯାଇଥିଲା। ପିଲାମାନେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ପେଟ କାଟିଥିଲା। ତା’ପରେ ବାନ୍ତି କରି କିଛି ପିଲା ଚେତା ହରାଇ ତଳେ ପଡ଼ି ଯାଇଥିବା ଦେଖିବାକୁ ମିଳିଥିଲା। ୫୦ରୁ ଅଧିକ ଛାତ୍ରଛାତ୍ରୀ ଏକ ସଙ୍ଗେ ଗୁରୁତର ହୋଇପଡ଼ିଥିଲେ।
ସ୍କୁଲ କର୍ତ୍ତୃପକ୍ଷ ଛାତ୍ରଛାତ୍ରୀ ସଙ୍ଗେ ସଙ୍ଗେ ଉଦ୍ଧାର କରି ସୋହେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପିଲାମାନେ ବିଷାକ୍ତ ଖାଦ୍ୟ ଖାଇବା ଯୋଗୁ ଅସୁସ୍ଥ ହୋଇପଡ଼ିଥିବା ଅନୁମାନ କରାଯାଉଛି। ଏନେଇ ସ୍କୁଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।