Advertisment

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏପ୍ରିଲ୍ ୨ ତାରିଖରୁ ରାଜ୍ୟରେ ହେବ ସକାଳୁଆ ସ୍କୁଲ୍‌। ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ଘୋଷଣା କରିଛନ୍ତି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହିଛନ୍ତି। ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ। ସେହିପରି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ କ୍ଲାସ୍ […]

author-image
Jitendra Garnayak
ଅଦ୍ୟତନ ହୋଇଛି
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍‌

school

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏପ୍ରିଲ୍ ୨ ତାରିଖରୁ ରାଜ୍ୟରେ ହେବ ସକାଳୁଆ ସ୍କୁଲ୍‌। ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ଘୋଷଣା କରିଛନ୍ତି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହିଛନ୍ତି।

Advertisment

ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ। ସେହିପରି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ କ୍ଲାସ୍ ହେବ ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି।

ରାଜ୍ୟରେ ଧୀରେ ଧୀରେ ଗ୍ରୀଷ୍ମ ପ୍ରବାହ ବଢ଼ିଲାଣି। ଗତକାଲି (ମଙ୍ଗଳବାର) ରାଜ୍ୟର ୫ଟି ସହରର ତାପମାତ୍ର ୪୧ ଡିଗ୍ରୀ ବା ତା’ଠାରୁ ଅଧିକ ରହିଥିଲା। ସେହିପରି ଆଉ ଦୁଇଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ଥିଲା। ବେଶ୍ କିଛି ଦିନ ହେଲାଣି ରାଜ୍ୟରେ ୫ରୁ ୭ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ଆଗାମୀ ଦୁଇ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ପର୍ଯ୍ୟନ୍ତ ବଢ଼ିବ। ଆଉ ତା’ପରେ ବିଶେଷ କିଛି ବଡ଼ ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିଭଳି ଆଗାମୀ ୩ରୁ ୪ ଦିନରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୫ ଡିଗ୍ରୀ ସେଲ୍‌ସିୟସ ଅଧିକ ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୩୧ ତାରିଖ ଠାରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ଅନୁଗୋଳ ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment
Odisha Education