Advertisment

ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ । ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।  ଏନେଇ ଗଣଶିକ୍ଷା ମନ୍ତ୍ରୀ ପୂର୍ବରୁ ସୂଚନା ଦେଇଥିଲେ। ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁଯାୟୀ, ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ ହେବ । ସେହିଭଳି ସକାଳ ୭ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ନବମରୁ ଦ୍ୱାଦଶ ଶ୍ରେଣୀ କ୍ଲାସ […]

ଅଦ୍ୟତନ ହୋଇଛି
ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ

school

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ । ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।  ଏନେଇ ଗଣଶିକ୍ଷା ମନ୍ତ୍ରୀ ପୂର୍ବରୁ ସୂଚନା ଦେଇଥିଲେ।

Advertisment

ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁଯାୟୀ, ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ ହେବ । ସେହିଭଳି ସକାଳ ୭ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ନବମରୁ ଦ୍ୱାଦଶ ଶ୍ରେଣୀ କ୍ଲାସ ହେବ ।

ସୂଚନାଯୋଗ୍ୟ, ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ  ତାପମାତ୍ରା ୪୨ ଡିଗ୍ରୀ ଡେଇଁ ସାରିଲାଣି। ଅସହ୍ୟ ତାତିରେ କଲବଲ ହେଉଛନ୍ତି ଲୋକେ।  ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାଙ୍କ ସୁରକ୍ଷା ଓ ସୁବିଧା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ୍‌ଗୁଡ଼ିକୁ ସକାଳୁଆ କରାଯାଇଛି।  ସକାଳୁ ସକାଳୁ ସ୍କୁଲ ଆସି ପିଲାମାନେ ବେଶ୍‌ ଖୁସି ଥିବା ପରିଲକ୍ଷିତ ହୋଇଛି।

Advertisment
Odisha Education
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe