କୋରାପୁଟ (ସୂର୍ଯ୍ୟ ପଣ୍ଡା): କୋରାପୁଟ ଜିଲ୍ଲା କୋଟପାଡ଼ ୮ନଂ ଓ୍ୱାର୍ଡରେ ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି। ଏକ କୂଅ ଭିତରୁ ଆଜି ୨ ପିଲାଙ୍କ ସହ ମା’ର ମୃତଦେହ ଉଦ୍ଧାର ହୋଇଛି। ମୃତ ଶିଶୁଙ୍କ ମଧ୍ୟରେ ୩ ବର୍ଷର ଝିଅ ଓ ୨ ବର୍ଷର ପୁଅ ଅଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଆତ୍ମହତ୍ୟା ଉଦ୍ଦେଶ୍ୟରେ ମହିଳା ଜଣଙ୍କ ଏପରି ଚରମ ପଦକ୍ଷେପ ନେଇ ନିଜ ପିଲାଙ୍କ ସହ କୂଅକୁ ଡେଇଁ ପଡ଼ିଛନ୍ତି ନା ସେମାନଙ୍କୁ କୂଅକୁ ଠେଲି ହତ୍ୟା କରାଯାଇଛି, ତାହା ଅସ୍ପଷ୍ଟ ରହିଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ଏହା ସହିତ ମହିଳାଙ୍କ ସ୍ୱାମୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।