ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଜିଲ୍ଲା ସମଲ ଥାନା ସିଲିଂ ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଛି। ମା’, ୨ ଝିଅ ମିଶି କାଠ ଫାଳିଆରେ ପିଟି ପିଟି ବାପାକୁ ହତ୍ୟା କରିଥିବା ଜଣାପଡ଼ିଛି। ପୁଲିସ୍ ଅଭିଯୁକ୍ତ ମା’ ଝିଅଙ୍କୁ ଅଟକ ରଖି ପଚରାଉଚରା କରୁଛି।
ସୂଚନା ଅନୁସାରେ ସିଲିଂ ଗାଁର ସୁନନ୍ଦ ପ୍ରଧାନଙ୍କର ଆଜି ଭୋରରୁ ତାଙ୍କ ସ୍ତ୍ରୀ ଓ ଦୁଇ ଝିଅଙ୍କ ସହ ପାରିବାରିକ ସମସ୍ୟାକୁ ନେଇ ଝଗଡା ହୋଇଥିଲା । ଏହି ଝଗଡା ବେଳେ ଉତ୍ତ୍ୟକ୍ତ ହୋଇ ପଡ଼ିଥିବା ମା’ ଝିଅ ମିଳିତ ଭାବେ ସୁନନ୍ଦଙ୍କୁ ଆକ୍ରମଣ କରିଥିଲେ । କାଠ ଫାଳିଆରେ ଆକ୍ରମଣ କରିବା ଫଳରେ ଘର ଭିତରେ ହିଁ ସୁନନ୍ଦଙ୍କ ମୃତ୍ୟୁ ହୋଇଥିଲା ।
ଖବର ପାଇ ସମଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଘରର ବିଭିନ୍ନ ସ୍ଥାନରେ ରକ୍ତ ଛିଟା ଲାଗିଥିବା ବେଳେ ହତ୍ୟାକାଣ୍ଡରେ ବ୍ୟବହୃତ କାଠ ଫାଳିଆକୁ ଜବତ କରିଛି ପୁଲିସ୍। ମା ଓ ଦୁଇ ଝିଅଙ୍କୁ ପୁଲିସ୍ ଥାନାରେ ଅଟକ ରଖି ଘଟଣା ସମ୍ପର୍କରେ ଅଧିକ ଖୋଳତାଡ଼ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କାରକୁ ପିଟିଲା ହାଇୱା, ୨ ବିଜେପି କର୍ମୀଙ୍କ ମୃତ୍ୟୁ
ଦେବେନ୍ଦ୍ର ଓ ମୁରଲୀଧର କୌଣସି କାମରେ ଭୁବନେଶ୍ୱର ଯାଇଥିଲେ। ସେମାନେ ଟ୍ରେନ୍ ଯୋଗେ ସମ୍ବଲପୁର ଫେରିଥିଲେ। ସେଠାରୁ ଗାଁକୁ ଫେରିବା ପାଇଁ ସେମାନେ କାର ମଗାଇଥିଲେ।
Miscellaneous
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା।
Miscellaneous
୨ ହଜାର ନୂଆ ଟ୍ରାଫିକ ପୁଲିସ ପଦବୀ ସୃଷ୍ଟିକୁ ମଞ୍ଜୁରୀ, ଚଳିତବର୍ଷ ପୂରଣ ହେବ ୫୦୦ ପଦବୀ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉଦଯାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବା ନିମନ୍ତେ ଆହ୍ୱାନ କରିଛନ୍ତି ।
Events & Festivals
ଉତ୍କର୍ଷ ଓଡ଼ିଶା କନକ୍ଲେଭ: ୪ଦିନ ଧରି ଚାଲିବ କାର୍ଯ୍ୟକ୍ରମ, ୨୮ରେ ଆସିବେ ପ୍ରଧାନମନ୍ତ୍ରୀ
‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଏକ ବିସ୍ତୃତ କାର୍ଯ୍ୟସୂଚୀ ଉପସ୍ଥାପନ କରାଯାଇଛି ।
Crime
ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।