ବାପାକୁ ପିଟି ପିଟି ମାରିଦେଲେ ମା’, ଝିଅ

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଜିଲ୍ଲା ସମଲ ଥାନା ସିଲିଂ ଗାଁରେ ଏକ  ଅଭାବନୀୟ କାଣ୍ଡ ଘଟିଛି।  ମା’, ୨ ଝିଅ ମିଶି କାଠ ଫାଳିଆରେ ପିଟି ପିଟି ବାପାକୁ ହତ୍ୟା କରିଥିବା ଜଣାପଡ଼ିଛି। ପୁଲିସ୍‌ ଅଭିଯୁକ୍ତ ମା’ ଝିଅଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନା ଅନୁସାରେ ସିଲିଂ ଗାଁର ସୁନନ୍ଦ ପ୍ରଧାନଙ୍କର ଆଜି ଭୋରରୁ ତାଙ୍କ ସ୍ତ୍ରୀ ଓ ଦୁଇ ଝିଅଙ୍କ ସହ ପାରିବାରିକ ସମସ୍ୟାକୁ ନେଇ ଝଗଡା ହୋଇଥିଲା । ଏହି ଝଗଡା […]

attack

Niharika Rout
  • Published: Thursday, 16 July 2020
  • , Updated: 16 July 2020, 11:43 AM IST

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଜିଲ୍ଲା ସମଲ ଥାନା ସିଲିଂ ଗାଁରେ ଏକ  ଅଭାବନୀୟ କାଣ୍ଡ ଘଟିଛି।  ମା’, ୨ ଝିଅ ମିଶି କାଠ ଫାଳିଆରେ ପିଟି ପିଟି ବାପାକୁ ହତ୍ୟା କରିଥିବା ଜଣାପଡ଼ିଛି। ପୁଲିସ୍‌ ଅଭିଯୁକ୍ତ ମା’ ଝିଅଙ୍କୁ ଅଟକ ରଖି ପଚରାଉଚରା କରୁଛି।

ସୂଚନା ଅନୁସାରେ ସିଲିଂ ଗାଁର ସୁନନ୍ଦ ପ୍ରଧାନଙ୍କର ଆଜି ଭୋରରୁ ତାଙ୍କ ସ୍ତ୍ରୀ ଓ ଦୁଇ ଝିଅଙ୍କ ସହ ପାରିବାରିକ ସମସ୍ୟାକୁ ନେଇ ଝଗଡା ହୋଇଥିଲା । ଏହି ଝଗଡା ବେଳେ ଉତ୍ତ୍ୟକ୍ତ ହୋଇ ପଡ଼ିଥିବା ମା’ ଝିଅ ମିଳିତ ଭାବେ ସୁନନ୍ଦଙ୍କୁ ଆକ୍ରମଣ କରିଥିଲେ । କାଠ ଫାଳିଆରେ ଆକ୍ରମଣ କରିବା ଫଳରେ ଘର ଭିତରେ ହିଁ ସୁନନ୍ଦଙ୍କ ମୃତ୍ୟୁ ହୋଇଥିଲା ।

ଖବର ପାଇ ସମଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।  ଘରର ବିଭିନ୍ନ ସ୍ଥାନରେ ରକ୍ତ ଛିଟା ଲାଗିଥିବା ବେଳେ ହତ୍ୟାକାଣ୍ଡରେ ବ୍ୟବହୃତ କାଠ ଫାଳିଆକୁ ଜବତ କରିଛି ପୁଲିସ୍‌। ମା ଓ ଦୁଇ ଝିଅଙ୍କୁ ପୁଲିସ୍‌ ଥାନାରେ ଅଟକ ରଖି  ଘଟଣା ସମ୍ପର୍କରେ ଅଧିକ ଖୋଳତାଡ଼ କରୁଛି।

Related story