ଯାଜପୁର (ଗୁଲାମ ଗସ): ବାପାଙ୍କ ଶୁଦ୍ଧିକ୍ରିୟା ସାରି ଫେରିଲା ବେଳେ ଝିଅ ଓ ନାତୁଣୀଙ୍କ ମୃତ୍ୟୁ ଘଟିଛି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ୫୩ ନମ୍ୱର ଜାତୀୟ ରାଜପଥରେ ଘଟିଛି। ମହାକାଳପଡ଼ାରୁ ଶୁଦ୍ଧିକ୍ରିୟା ସାରି ସୁକିନ୍ଦା ଫେରିଲା ବେଳେ ଦୁର୍ଘଟଣା ଘଟିଛି।
କିଛି ଦିନ ତଳେ ଯାଜପୁର ଜିଲ୍ଲା ସୁକିନ୍ଦା ଅଞ୍ଚଳର ଅଶୋକ ଚକ୍ରବର୍ତ୍ତୀଙ୍କ ଶ୍ୱଶୁରଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ଶୁଦ୍ଧିକ୍ରିୟାରେ ସାମିଲ ହେବା ପାଇଁ ଅଶୋକଙ୍କ ପତ୍ନୀ ଶୃତି ଚକ୍ରବର୍ତ୍ତୀ ଓ ତାଙ୍କ ଝିଅ ଲିପିକା ଚକ୍ରବର୍ତ୍ତୀ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ଅଞ୍ଚଳକୁ ଯାଇଥିଲେ। ଶୁଦ୍ଧିକ୍ରିୟା ସରିବା ପରେ ଆଜି ଅପରାହ୍ନ ପ୍ରାୟ ୨ଟା ବେଳେ ସେମାନେ ସ୍କୁଟିରେ ସୁକିନ୍ଦା ଫେରୁଥିଲେ।
ତେବେ ୫୩ ନମ୍ୱର ଜାତୀୟ ରାଜପଥର ଜେନାପୁର ଥାନା ଅନ୍ତର୍ଗତ ବରଡ଼ା ଛକ ନିକଟରେ ଗୋଟିଏ ଦଶ ଚକିଆ ଟ୍ରକ୍ ଭାରସାମ୍ୟ ହରାଇ ସେମାନଙ୍କ ଉପରେ ଓଲଟି ପଡ଼ିଥିଲା। ଟ୍ରକ୍ ତଳେ ଚାପି ହୋଇ ଯାଇଥିଲେ ମାଆ ଓ ଝିଅ। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଟ୍ରକ୍ ତଳୁ ମାଆ ଓ ଝିଅଙ୍କ ମୃତ୍ୟୁ ଉଦ୍ଧାର କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।