ରେଢ଼ାଖୋଲ(ରମାକାନ୍ତ ମହାନନ୍ଦ): ବିଦ୍ୟୁତ ସଂସ୍ପର୍ଶରେ ଆସିଥିବା ମାଆଙ୍କୁ ବଞ୍ଚାଇବାକୁ ଆସିଥିଲେ ଭିନ୍ନକ୍ଷମ ପୁଅ। ସମ୍ଭବ ହେଲା ନାହିଁ। ଦୁହେଁ ହାତ ଧରାଧରି ହୋଇ ଚାଲିଗଲେ। ଆଜି ଏପରି ହୃଦୟବିଦାରକ ଘଟଣା ରେଢ଼ାଖୋଲ ବ୍ଲକ ଅଞ୍ଚଳରେ ଘଟିଛି।
ଆଜି ସନ୍ଧ୍ୟା ବେଳେ ରେଢ଼ାଖୋଲ ବ୍ଲକ ବାରବାଙ୍କ ଗାଁ ଯଶୋଦା ସାହୁ ଟେବୁଲ ଫେନ୍ ଚଳାଇବା ପାଇଁ ଉଦ୍ୟମ କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ବିଦ୍ୟୁତ ଆଘାତ ପାଇବା ପରେ ସେ ଚିତ୍କାର କରିଥିଲେ। ମାଆଙ୍କୁ ବଞ୍ଚାଇବା ପାଇଁ ଭିନ୍ନକ୍ଷମ ପୁଅ ସୁଶାନ୍ତ ସାହୁ ଚାଲି ଆସିଥିଲେ। ଉଭୟ ବିଦ୍ୟୁତ ସଂସ୍ପର୍ଶରେ ଆସିବାରୁ ପ୍ରାଣ ହରାଇଥିଲେ। ପଡ଼ୋଶୀମାନେ ଏନେଇ ଚାରମାଳ ଥାନା ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଘରେ ମାଆ ଓ ପୁଅ ରୁହନ୍ତି। ଅନ୍ୟ କୌଣସି ବ୍ୟକ୍ତି ଘରେ ରୁହନ୍ତି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।