ସୁନ୍ଦରଗଡ଼(ବିଜୟ ବରୁଆ): ସୁନ୍ଦରଗଡ ଜିଲ୍ଲା ଭଷ୍ମା ଥାନା ଅନ୍ତର୍ଗତ ପଛପଟ ଗାଁରେ ଏକ ଘରେ କୌଣସି କାରଣରୁ ନିଆଁ ଲାଗି ଯିବାରୁ ମାଆ ଓ ଝିଅ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ମୃତକଦ୍ୱୟ ହେଲେ ମା’ ଗୋଲାପୀ ମେହେର(୬୦) ଓ ଝିଅ ଲକ୍ଷ୍ମୀ ମେହେର (୩୫)।
ସୂଚନାଅନୁସାରେ, ଗତକାଲି ରାତିରେ ମାଆ-ଝିଅ ଘର ଭିତର ପଟୁ କବାଟ ବନ୍ଦ କରି ଶୋଇଥିଲେ। ଏହି ସମୟରେ କୌଣସି କାରଣରୁ ଘରେ ନିଆଁ ଲାଗି ଯାଇଥିଲା। ଘରେ ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ପୁଲିସ୍କୁ ସୂଚନା ଦେଇଥିଲେ। ଏହାପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲା। ସୁନ୍ଦରଗଡ଼ ଅଗ୍ନିଶମ ବିଭାଗ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଏଥିସହ ଘର ଭିତରୁ ମାଆ-ଝିଅଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।