ଓଡ଼ିଶା ଛୁଇଁଲା ମୌସୁମୀ: ୪୮ ଘଣ୍ଟାରେ ସମ୍ପୂର୍ଣ୍ଣ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନିର୍ଦ୍ଧାରିତ ତାରିଖର ୨ ଦିନ ଆଗରୁ ଓଡ଼ିଶା ଛୁଇଁଛି ମୌସୁମୀ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆଜି ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାରା ଦକ୍ଷିଣ ଓଡ଼ିଶା ଛୁଇଁବ ଓ ଆଉ ୪୮ ଘଣ୍ଟାରେ ମୌସୁମୀ ସଂପୂର୍ଣ୍ଣ ଓଡ଼ିଶା ଛୁଇଁବ ବୋଲି ଅନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପୂର୍ବରୁ ଜୁନ୍ ୧୦ କିମ୍ବା ୧୧ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା। ୨ ଦିନ ଆଗରୁ ଓଡ଼ିଶା ଛୁଇଁଛି ମୌସୁମୀ।

ଲଘୁଚାପର ରୂପ ନେଉଛି ଘୂର୍ଣ୍ଣିବଳୟ

ସେପଟେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାକୁ ଯାଉଛି। ଏହାର ପ୍ରଭାବରେ ୯ରୁ ୧୧ ତାରିଖ ଯାଏଁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ଆଜି ରାତିଠୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

Ordigital Desk
• Published: Friday, 08 June 2018
• Updated: 08 June 2018, 07:58 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନିର୍ଦ୍ଧାରିତ ତାରିଖର ୨ ଦିନ ଆଗରୁ ଓଡ଼ିଶା ଛୁଇଁଛି ମୌସୁମୀ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆଜି ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାରା ଦକ୍ଷିଣ ଓଡ଼ିଶା ଛୁଇଁବ ଓ ଆଉ ୪୮ ଘଣ୍ଟାରେ ମୌସୁମୀ ସଂପୂର୍ଣ୍ଣ ଓଡ଼ିଶା ଛୁଇଁବ ବୋଲି ଅନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପୂର୍ବରୁ ଜୁନ୍ ୧୦ କିମ୍ବା ୧୧ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା। ୨ ଦିନ ଆଗରୁ ଓଡ଼ିଶା ଛୁଇଁଛି ମୌସୁମୀ।

ଲଘୁଚାପର ରୂପ ନେଉଛି ଘୂର୍ଣ୍ଣିବଳୟ

ସେପଟେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାକୁ ଯାଉଛି। ଏହାର ପ୍ରଭାବରେ ୯ରୁ ୧୧ ତାରିଖ ଯାଏଁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ଆଜି ରାତିଠୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos