ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲାର ବହୁଚର୍ଚ୍ଚିତ ପରୀ ଅପହରଣ ଏବଂ ହତ୍ୟା ଘଟଣାକୁ ନେଇ ସାରା ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ଏହି ଘଟଣାକୁ କଡ଼ା ନିନ୍ଦା କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ। ଟ୍ୱିଟ୍ କରି ଘଟଣାକୁ ଅତି ନିନ୍ଦନୀୟ କହିଛନ୍ତି ଅପରାଜିତା। ସେ କହିଛନ୍ତି ଯେ, କୌଣସି ସମ୍ବେଦନା ଭରା ଶବ୍ଦ ଏହି କ୍ଷତ ଭରି ପାରିବ ନାହିଁ । ପରୀ ଅପହରଣ ଏବଂ ହତ୍ୟା ଘଟଣାରେ ତ୍ୱରିତ ଓ ନିରପେକ୍ଷ ତଦନ୍ତ ଦାବି କରୁଛୁ କହିଛନ୍ତି ଅପରାଜିତା।
ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ ବୋଲି ସେ ଦାବି କରିଛନ୍ତି।ଓଡ଼ିଶାରେ ସୁରକ୍ଷା ଓ ରାଜ୍ୟ ସରକାରଙ୍କ ବିବେକକୁ ନେଇ ପ୍ରଶ୍ନ କରିଛନ୍ତି ଅପରାଜିତା। ସେପଟେ ନୟାଗଡ଼ ପରୀ ହତ୍ୟା ମାମଲାରେ ଆଜି ତୃତୀୟଦିନ ବିଧାନସଭା ଅଚଳ ରହିବାପରେ କୋର୍ଟଙ୍କ ଦ୍ୱାରା ମନିଟରିଂ କରାଯାଉଥିବା ଏସଆଇଟି ତଦନ୍ତ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ହାଇକୋର୍ଟଙ୍କୁ ଚିଠି ଲେଖିବା ସହ ରାଜ୍ୟ ସରକାର ଏସଆଇଟି ଟିମ୍ ଗଠନ କରିଛନ୍ତି। ପୁଲିସ ଆଇଜି ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ୫ଜଣିଆ ଏସଆଇଟି ଗଠନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।