ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ଅସୁସ୍ଥ ହୋଇପଡ଼ିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ତୀକ୍ଷିଣ ନଜର ରଖିଛନ୍ତି ଡାକ୍ତରୀ ଟିମ୍।
ଗତ ୨୯ ତାରିଖରେ ଭୁବନେଶ୍ୱର ରେଳ ଷ୍ଟେସନ୍ର ନବୀକରଣ କାମର ଶିଳାନ୍ୟାସ୍ କରାଯାଇଥିଲା। ଏଥିରେ ଯୋଗଦେଇଥିଲେ ଶ୍ରୀ ଷଡଙ୍ଗୀ। ପରେ ସେ ପୁରୀ-ଜଳେଶ୍ୱର ଏମ୍ଇଏମ୍ୟୁ ଟ୍ରେନ୍ରେ ବାଲେଶ୍ୱର ଫେରିଥିଲେ। ସେହି ଦିନ ସେ ଅସୁସ୍ଥ ହୋଇଥିଲେ। ତାଙ୍କୁ ଥଣ୍ଡା ଓ ଜ୍ୱର ହୋଇଥିଲା। ଡାକ୍ତରଙ୍କ ପରାମର୍ଶରେ ସେ ମେଡ଼ିସିନ୍ ଖାଇଥିଲେ। ହେଲେ ସ୍ୱାସ୍ଥ୍ୟ ଅବସ୍ଥାରେ କୌଣସି ଉନ୍ନତି ଘଟିନଥିଲା। ଆଜି ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଫକିର ମୋହନ ମେଡ଼ିକାଲ୍ କଲେଜ ଆଣ୍ଡ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।