ରାଇରଙ୍ଗପୁର(ରାଜେଶ ଶର୍ମା): ଉନ୍ନୟନମୂଳକ କାମକୁ ନେଇ ରାଇରଙ୍ଗପୁର ଆଇଟିଡିଏ ପିଏ ଓ ମୟୂରଭଞ୍ଜ ସାଂସଦଙ୍କ ମଧ୍ୟରେ ହେଲା କଥା କଟାକଟି। ଏହାପରେ ସାଂସଦଙ୍କ ସମର୍ଥକ ଆଇଟିଡିଏ ଅଫିସରେ ତାଲା ପକାଇ ଦେଇଥିଲେ । ଏହି ଘଟଣାରେ ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ଓ ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀଙ୍କ ନାଁରେ ମାମଲା ରୁଜୁ ହୋଇଛି । ଆଇଟିଡିଏ ପିଏ ଅନନ୍ତ ନାରାୟଣ ସିଂ ଲାଗୁରିଙ୍କ ଅଭିଯୋଗ ଆଧାରରେ ଏନେଇ ଏକ ମାମଲା ମଧ୍ୟ ରୁଜୁ ହୋଇଛି ।
ମିଳିଥିବା ସୂଚନା ଅନୁଯାୟୀ, ଆଦିବାସୀ ଅଞ୍ଚଳର ବିକାଶ କାର୍ଯ୍ୟର ତଦାରଖ ପାଇଁ ଗତକାଲି ସାଂସଦ ଓ ବିଧାୟକ ଆଇଟିଡିଏ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଉନ୍ନୟନମୂଳକ କାମକୁ ନେଇ ସାଂସଦଙ୍କର ଆଇଟିଡିଏ କାର୍ଯ୍ୟାଳୟର ପିଏ ଅନନ୍ତ ନାରାୟଣଙ୍କ ସହ କଥା କଟା କଟି ହୋଇଥିଲା । ପରେ ସାଂସଦଙ୍କ ସମର୍ଥକ ଆଇଟିଡିଏ ଅଫିସରେ ତାଲା ପକାଇ ଦେଇଥିଲେ । ଖବର ପାଇ ରାଇରଙ୍ଗପୁର ଉପଜିଲ୍ଲାପାଳ ଓ ଏସ୍ଡିପିଓ ଘଟଣାସ୍ଥଳରେ ପହଞ୍ଚି ତାଲାକୁ ଭାଙ୍ଗିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।