ଭୁବନେଶ୍ୱର: ଦୁଇ ଦିନର ନୀରବତା ପରେ ମୁହଁ ଖୋଲିଛନ୍ତି ବରିଷ୍ଠ କଂଗ୍ରେସ ନେତା ଗିରିଧର ଗମାଙ୍ଗ। ୫ଦିନ ଭିତରେ ତାଙ୍କ ବାପା କୌଣସି ଏକ ବଡ଼ ନିଷ୍ପତ୍ତି ନେଇପାରନ୍ତି ବୋଲି ଗତ ୧୨ ତାରିଖ ଦିନ ଗିରିଧରଙ୍କ ପୁଅ ଶିଶିର ଗମାଙ୍ଗ ଗଣମାଧ୍ୟମ ଆଗରେ କହିବା ପରେ ଗିରିଧରଙ୍କ ଦଳ ଛାଡ଼ିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଏପରିକି କୌଣସି ଆଞ୍ଚଳିକ ଦଳ ନୁହେଁ ବରଂ ଏକ ଜାତୀୟ ଦଳରେ ତାଙ୍କ ବାପା ମିଶିବା ନେଇ ଗତକାଲି ପୁଣି ସୂଚନା ଦେଇଥିଲେ ଶିଶିର। ଆଉ ଆଜି ଏ ପ୍ରସଙ୍ଗରେ ନିଜେ ଗିରିଧର ମୁହଁ ଖୋଲିଛନ୍ତି। କହିଛନ୍ତି ଯେଉଁଭଳି ଭାବେ ଖବର ପରିବେଷଣ କରାଯାଇଛି ସେଥିରେ କୌଣସି ସତ୍ୟତା ନାହିଁ। ଶିଶିର ଗମାଙ୍ଗ ଦେଇଥିବା ମତ ତାଙ୍କର ନିଜର । ଏ ସମ୍ପର୍କରେ ଗଣମାଧ୍ୟମ ମୋର ମତ ନେଇନଥିଲେ। ଶିଶିର ଯଦି ଏଭଳି କହିଥାନ୍ତି ତେବେ ସେ ଏହାର ସତ୍ୟତା ନେଇ ମତ ଦେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ବିସ୍ଫୋରକ ସ୍ଥିତିରେ ବିଜେଡି: ପୁରୁଖାଙ୍କୁ ନାଲିଆଖି ଦେଖାଇ ସୁଜାତାଙ୍କ ହାତରେ ସଂଗଠନ ଟେକିଦେବେ କି ନବୀନ?
ଦଳର ୨୪ବର୍ଷ ଶାସନର ଅପ୍ରତ୍ୟାଶିତ ଅନ୍ତର ପ୍ରମୁଖ କାରଣ ସାଜିଥିବା ପାଣ୍ଡିଆନଙ୍କୁ ଦୀର୍ଘ ୧୦ମାସ ଧରି ନବୀନ ନିଜ ପାଖରୁ କାହିଁକି ଦୂରେଇପାରୁନାହାନ୍ତି ଓ ପାଣ୍ଡିଆନଙ୍କୁ କ୍ଲିନଚିଟ୍ ଦେବାକୁ ଯାଇ କିଭଳି ମିଛ କହିବାକୁ ପଛାଉନାହାନ୍ତି ତାହା ଦଳୀୟ ମହଲରେ ନାନାଦି ଚର୍ଚ୍ଚାକୁ ଖୋରାକ ଯୋଗାଇଥିବାବେଳେ ଦଳୀୟ ସଂଗଠନରେ ପାଣ୍ଡିଆନମାର୍କା ନେତାମାନଙ୍କ ପ୍ରଭାବ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି ।

Special
ପାଣି ସମସ୍ୟା, ବାହା ହୋଇପାରୁନାହାନ୍ତି ଗାଁ ଯୁବକ
ବଡ଼ବାର୍ଲି ଗାଁରେ ୨୧୮ଟି ଘର ଅଛି। ଗାଁର ମୋଟ ଜନସଂଖ୍ୟା ୧୦୦୦ରୁ ଅଧିକ। ସେମାନେ ଆଦିବାସୀ ଓ ଦଳିତ। ପାହାଡ଼, ଜଙ୍ଗଲ ଘେରା ଏହି ଗାଁକୁ ରାସ୍ତା ଯାଇଛି। ବିଜୁଳି ବି ପହଞ୍ଚି ପାରିଛି। କିନ୍ତୁ ଜଳ ବ୍ୟବସ୍ଥା ହୋଇପାରିନାହିଁ।

Politics
ପୁଣି ପାଣ୍ଡିଆନଙ୍କ ପାଇଁ ଢାଲ ହେଲେ ନବୀନ: ବିଜେଡିରେ ଅରାଜକତା, ମେଳିକୁ ମିଳିଲା ବଳ, ବିଭାଜନ ଆସନ୍ନ
ପାଣ୍ଡିଆନଙ୍କୁ ନେଇ ଦଳରେ ବଢ଼ୁଥିବା ଅସନ୍ତୋଷ ଓ ମେଳିକୁ ଦେଖି ଆଜି ସନ୍ଧ୍ୟାରେ ନବୀନ ନାଟକୀୟ ଢଙ୍ଗରେ ଦୁଇଟି ଜାତୀୟ ନ୍ୟୁଜ ଏଜେନ୍ସୀକୁ ଡକାଇ ବୟାନ ଦେଇଛନ୍ତି ।

Politics
କେବେ ଓଡ଼ିଶା ପାଇବ ବକେୟା ଟିକସ?
ସୁପ୍ରିମକୋର୍ଟଙ୍କ ଏହି ଐତିହାସିକ ରାୟ କାର୍ଯ୍ୟକାରୀ ହେଲେ ନାଲକୋ ଭଳି ରାଷ୍ଟ୍ରାୟତ୍ତ କମ୍ପାନୀଗୁଡ଼ିକୁ ବିଭିନ୍ନ ଖଣି-ଭିତ୍ତିକ ରାଜ୍ୟକୁ 70 ହଜାର କୋଟି ଟଙ୍କା ଓ ଘରୋଇ କମ୍ପାନୀଗୁଡ଼ିକୁ 80 ହଜାର କୋଟି ଟଙ୍କା ଦେବାକୁ ପଡ଼ିବ ବୋଲି ଆକଳନ କରାଯାଇଛି।

Special
ଚିନ୍ତାରେ ଚିନ୍ତାମଣିପୁର ଗ୍ରାମବାସୀ
୨୫ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ରାଜ୍ୟରେ ସରକାର କରିଥିଲା। କିନ୍ତୁ ତା’ ମଧ୍ୟରେ କଟକ ଜିଲ୍ଲାରେ ଥିବା ଚିନ୍ତାମଣିପୁର ଗାଁ ଲୋକଙ୍କ ସମସ୍ୟା ଦୂର ହୋଇପାରିଲା ନାହିଁ।