ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ପୁତ୍ର ହନ୍ତା ବାପାକୁ ଆଜୀବନ ଜେଲ୍ ଦଣ୍ଡାଦେଶ ସହ ୫୦୦୦ ଟଙ୍କା ଜରିମାନା। ଆଜି ଏହି ରାୟ ଦେଇଛନ୍ତି ରାଉରକେଲା ଅତିରିକ୍ତ ଦୌରା ଜଜ। ଜରିମାନା ଅର୍ଥ ଅନାଦେୟ ହେଲେ ଅଧିକ ବର୍ଷେ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ରାୟରେ ଶୁଣାଇଛନ୍ତି।
୨୦୧୯ ଜୁନ ୨୪ ତାରିଖରେ ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ଦଲପୋଷ ଅଞ୍ଚଳରେ ଘଟିଥିଲା ଲୋହର୍ଷଣକାରୀ ହତ୍ୟାକାଣ୍ଡ। ପତ୍ନୀର ରିତ୍ରକୁ ସନ୍ଦେହ କରି ନିଜର ୩ ବର୍ଷର ଶିଶୁପୁତ୍ରର ତଣ୍ଟି କାଟି ହତ୍ୟା କରିଥିଲା ଅଭିଯୁକ୍ତ ହୋଣ୍ଡା ଓରାମ। ଏନେଇ ତାଙ୍କ ପତ୍ନୀ ଥାନାରେ ଲିଖିତ ଅଭିଯୋଗ କହିଥିଲେ। ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତ ଓରାମକୁ ଗିରଫ କରିଥିଲା।
ଆଜି ଏହି ହତ୍ୟାକାଣ୍ଡର ରାୟ ପ୍ରକାଶ ପାଇଛି। ରାଉରକେଲା ଅତିରିକ୍ତ ଦୌରା ଜଜ୍ ମାମଲାକୁ ବିଚାର କରି ଅଭିଯୁକ୍ତ ହୋଣ୍ଡା ଓରାମକୁ ଆଜିବନ ଜେଲଦଣ୍ଡାଦେଶ ସହ ୫୦୦୦ ଟଙ୍କା ଜରିମାନା କରିଛନ୍ତି। ଦୋଷୀ ସାବ୍ୟସ୍ତ ହେବା ପରେ ହୋଣ୍ଡା ଓରାମକୁ ରାଉରକେଲା ସ୍ୱତନ୍ତ୍ର ଜେଲକୁ ପଠାଇ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।