ପଟ୍ଟାମୁଣ୍ଡାଇ(ପ୍ରବୀର କୁମାର ନାୟକ): ଜମି ନେଲା ଜୀବନ। ଜମି ବିବାଦରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଗାଁରେ ଏପରି ଅଭାବନୀୟ ଘଟଣା ଘଟିଛି। ମୃତକ ହେଉଛନ୍ତି ଧରଣୀଧର ଦାସ ।
ଗତକାଲି ସନ୍ଧ୍ୟାରେ ଗାଁର ସୁରଞ୍ଜନ ମଣ୍ଡଳ ଏବଂ ଧରଣୀଧର ଦାସଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଜମିଜମା ବିବାଦକୁ କେନ୍ଦ୍ର କରି ପାଟିତୁଣ୍ଡ ହେବା ପରେ ଉତ୍ତ୍ୟକ୍ତ ହୋଇ ଧରଣୀଧରଙ୍କୁ ଗାଁ ଦାଣ୍ଡରେ ଠେଙ୍ଗାରେ ପିଟି ହତ୍ୟା କରିଥିଲା ସୁରଞ୍ଜନ ।
ଏନେଇ ଥାନାରେ ଅଭିଯୋଗ ହୋଇଥିବାବେଳେ ଅଭିଯୁକ୍ତ ଫେରାର ହୋଇଯାଇଛି । ପୁଲିସ୍ ଅଭିଯୁକ୍ତର ମା’ଙ୍କୁ ରାଜନଗର ଥାନାରେ ଅଟକ ରଖି ପଚରାଉଚରା କରୁଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।