କେନ୍ଦୁଝର(ଓଡ଼ିଶା ରିପୋର୍ଟର):କେନ୍ଦୁଝର ଜିଲ୍ଲା ବୋଲାଣିପସି-କଣ୍ଟିଆପୋଡ଼ା ରାସ୍ତାରେ ଏଲ୍ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କ ନାଁ ଭୀମସେନ ମହାନ୍ତ।
ଗତକାଲି ଦିନ ୩ଟା ବେଳେ ଭୀମସେନ ସାହାରାପୋଡ଼ାର ଦିଗପସିରୁ କେନ୍ଦୁଝର ଯିବାବେଳେ ୨ ଜଣ ଦୁର୍ବୃତ୍ତ ପଲସର ବାଇକ୍ରେ ଆସି ତାଙ୍କୁ ଠେଲି ଦେଇଥିଲେ। ଏହାସହ ବ୍ଲେଡ୍ ମଧ୍ୟ ମାରି ଦେଇଥିଲେ।
ତେବେ ଭୀମସେନ ହେଲ୍ମେଟ୍ ମାଧ୍ୟମରେ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ୨ ଦୁର୍ବୃତ୍ତ ତାଙ୍କ ପର୍ସ ଓ ଟଙ୍କା ବ୍ୟାଗ୍ ନେଇଯାଇଥିଲେ।
ପର୍ସରେ ୫ ହଜାର ଓ ବ୍ୟାଗରେ ଥିବା ୧୮ ହଜାର ଟଙ୍କା ଲୁଟ୍ ହୋଇଥିବା ଭୀମସେନ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର
ପାରା ଦୁଇଟିକୁ ଉଦ୍ଧାର କରି କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରିଛି ପାରାଦୀପ ସାମୁଦ୍ରିକ ଥାନା ପୁଲିସ। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ଫରେନ୍ସିକ ପରୀକ୍ଷା ପାଇଁ ପଠାଯିବ।
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।