ନୂଆଦିଲ୍ଲୀ: ନବକଳେବର ପାଇଁ ପୁରୀ ଚାଲିବ ୨୦୦ଟି ସ୍ୱତନ୍ତ୍ର ଟ୍ରେନ୍। ଶନିବାର ଏହି ସୂଚନା ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରେଳ ରାଷ୍ଟ୍ରମନ୍ତ୍ରୀ ମନୋଜ ସିହ୍ନାଙ୍କ ସହିତ ସାକ୍ଷାତ ଆଲୋଚନା କରିବା ପରେ ସେ ଦେଇଛନ୍ତି ଏହି ସୂଚନା।
ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ, ନବକଳେବର ବେଳେ ପୁରୀକୁ ଶ୍ରଦ୍ଧାଳୁଙ୍କ ଯିବାଆସିବା ସୁବିଧା କରିବା ପାଇଁ ରେଳ ମନ୍ତ୍ରଣାଳୟ ଯତ୍ନବାନ ଅଛି। ନବକଳେବର ପାଇଁ ପୁରୀକୁ ୨୦୦ଟି ସ୍ୱତନ୍ତ୍ର ଟ୍ରେନ ଚଲାଯିବ ବୋଲି ରେଳ ରାଷ୍ଟ୍ରମନ୍ତ୍ରୀ ମନୋଜ ସିହ୍ନା କହିଛନ୍ତି। ସ୍ୱତନ୍ତ୍ର ରେଳ ଚଳାଚଳ ସହିତ କିଛି ଗୁରୁତ୍ୱପୂର୍ଣ୍ଣ ଷ୍ଟେସନରେ ବିଶେଷ ବ୍ୟବସ୍ଥା ମଧ୍ୟ କରାଯିବ। ପୁରୀ,ଭୁବନେଶ୍ୱର, ଖୋର୍ଦ୍ଧା ଓ କଟକ ଷ୍ଟେସନରେ ବିଶେଷ ସୁବିଧା କରାଯିବ। ଏହା ସହିତ ଯାତ୍ରୀଙ୍କ ସୁରକ୍ଷା ଓ ଷ୍ଟେସନଗୁଡ଼ିକର ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦିଆଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।