ପୁରୀ: ନବକଳେବର ପାଇଁ ନିର୍ମିତି ଭିତ୍ତିଭୂମି ପ୍ରକଳ୍ପ ଗୁଡ଼ିକର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ପ୍ରଥମେ ପୁରୀ ଉପକଣ୍ଠ ମାଳତୀପାଟପୁରରେ ଅତ୍ୟାଧୁନିକ ବସ୍ ଟର୍ମିନାଲର ଉଦଘାଟନ କରିବା ପରେ ମାଳତୀପାଟପୁରରୁ ପୁରୀ-କୋଣାର୍କ ରୋଡକୁ ସଂଯୋଗ କରୁଥିବା ୭ କିଲୋମିଟର ଲମ୍ୱା ବାଇପାସ୍ ରୋଡ୍ ଓ ରୋଡ୍ ଓଭରବ୍ରିଜ୍ ଏବଂ ପୁରୀ ସହରର ପ୍ରବେଶ ପଥ ଅଠରନଳା ଉପରେ ନିର୍ମାଣ ହୋଇଥିବା ଦ୍ୱିତୀୟ ବ୍ରିଜର ମଧ୍ୟ ଉଦଘାଟନ କରିଥିଲେ। ତା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ମାଆ ଓ ଶିଶୁଙ୍କ ପାଇଁ ନିର୍ମିତ ସ୍ୱତନ୍ତ୍ର କୋଠା, ଗୋପବନ୍ଧୁ ଆୟୁର୍ବେଦ କଲେଜ୍ ଓ ଆଇଡି ହସ୍ପିଟାଲର ୨ଶହ ଶଯ୍ୟା ବିଶିଷ୍ଟ ଦୁଇଟି ବିଲ୍ଡିଂ ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ପୁରୀ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମୋଟ ୧୦ଟି ପ୍ରକଳ୍ପ ଉଦଘାଟିତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦୁଇ ଶ୍ରମିକଙ୍କୁ ଅପହରଣ କରି ମାଗୁଥିଲେ ଟଙ୍କା, ବନ୍ଧା ହେଲେ ଦୁଇ ଯୁବକ
ଗତ ୫ ତାରିଖ ଦିନ ହାଡିଆପଠାରେ କିଛି ନିଶାସକ୍ତ ଯୁବକଙ୍କ ସହ ସେମାନଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଯୁବକମାନେ ଦୁଇ ଶ୍ରମିକଙ୍କୁ ଉଠାଇ ନେଇ ଯୋବ୍ରା ଅଞ୍ଚଳର ପରିତ୍ୟକ୍ତ ଘରେ ରଖିଥିଲେ।
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Miscellaneous
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜଧାନୀରେ ଜମିଲାଣି ଭିଭିଆଇପିଙ୍କ ଭିଡ଼
। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।
Events & Festivals
ଆଜିଠୁ ପ୍ରବାସୀ ଭାରତୀୟ ସମ୍ମେଳନ, ସ୍ୱାଗତ ପାଇଁ ପ୍ରସ୍ତୁତ ଜନତା ମଇଦାନ
ଆଜି ଯୁବ ସମାବେଶରୁ ଆରମ୍ଭ ହେବ ୩ ଦିନିଆ ସମ୍ମିଳନୀ। ଯାହାକୁ ସମ୍ବୋଧନ କରିବେ ବୈଦେଶିକ ବ୍ୟାପାର ଏବଂ ଯୁବ ବ୍ୟାପାର ମନ୍ତ୍ରୀଙ୍କ ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ।