ପୁରୀ: ନବକଳେବର ସମୟରେ ଭିଡ ନିୟନ୍ତ୍ରଣ ପାଇଁ ପୋଲିସର ତତ୍ପରତା ପ୍ରକାଶ ପାଇଛି । ଏନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟ୍ରାଫିକ ପ୍ଲାନ୍ । ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ଏଥର ସୋସିଆଲ୍ ମିଡିଆକୁ ମଧ୍ୟ ଗୁରୁତ୍ୱ ଦିଆଯିବ ବୋଲି ପୋଲିସ ଆଇଜି ସଂଜୀବ ପଣ୍ଡା କହିଛନ୍ତି। ଟ୍ରାଫିକ୍ ସୁପରିଚାଳନା ଲକ୍ଷ୍ୟ ନେଇ ଆଇଜି ସଂଜୀବ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ଏକ ବୈଠକ ବସିଥିଲା। ବୈଠକରେ ବରିଷ୍ଠ ପୋଲିସ ଅଧିକାରୀ ମାନେ ଯୋଗ ଦେଇଥିଲେ। ଏଥର ବଡଦାଣ୍ଡର ଉଭୟ ପାଶ୍ୱରେ ୨ ଜଣ କମାଣ୍ଡାଣ୍ଟ ଟ୍ରାଫିକ୍ ନିୟନ୍ତ୍ରଣ ଦାୟିତ୍ୱ ଦିଆଯିବ ବୋଲି ଆଇଜି ସଂଜୀବ ପଣ୍ଡା କହିଛନ୍ତି। ସହରକୁ ୮ଟି ଜୋନ୍ ଓ ୧୮ଟି ସେକ୍ଟରରେ ବିଭକ୍ତ କରାଯାଇଛି। ମାଳତୀପାଟପୁର ନୂଆ ବସଷ୍ଟାଣ୍ଡରେ ରାଜ୍ୟ ବାହାରୁ ଆସୁଥିବା ଯାତ୍ରୀବାହୀ ବସ୍ ଗୁଡିକ ରଖାଯିବ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।