ନବରଙ୍ଗପୁର: ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ

ନବରଙ୍ଗପୁର: ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍ ବାଲକ୍ରିଷ୍ଣନ ନବରଙ୍ଗପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସେ ନୋଡାଲ ଅଫିସର୍ ଭାବେ ଗ୍ରାମ୍ୟ ଉନ୍ନୟନ, ବିଦ୍ୟୁତକରଣ, ଉଦ୍ୟାନ, କୃଷି ଓ ମତ୍ସ୍ୟ ବିଭାଗ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲ୍ଲାପାଳ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଅତିରିକ୍ତ ଜିଲ୍ଲାପାଳ ଓ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ।