ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଡିପିସି ରାମଚନ୍ଦ୍ର ନାହକଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଛନ୍ତି ର୍ମିଗାନଗୁଡ଼ା ମଧ୍ୟ ଇଂରାଜୀ ବିଦ୍ୟାଳୟର ଶିକ୍ଷୟିତ୍ରୀ ସଂଯୁକ୍ତା ତ୍ରିପାଠୀ। ଏନେଇ ଟାଉନ ଥାନାରେ ସେ ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁଯାୟୀ, କିଛି ଦିନ ତଳେ ବିନା ପ୍ରକଳ୍ପ ଅଧିକାରୀ ସ୍କୁଲ ଗସ୍ତରେ ଆସିଥିବା ବେଳେ ସଂଯୁକ୍ତାଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ଗାଳିଗୁଲଜ କରିଥିଲେ। ତା’ସହିତ ଦୁର୍ବ୍ୟବହାର କରିଥିଲେ ଓ ଧମକ ଦେଇଥିଲେ। ବର୍ଷାରେ ଛିଡ଼ା ମଧ୍ୟ କରାଇ ଦେଇଥିଲେ। ଡିପିସି ତାଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ସହିତ ତାଙ୍କ ଚରିତ୍ରକୁ ଆକ୍ଷେପ କରି ଶବ୍ଦ ପ୍ରୟୋଗ କରି ଥିଲେ। ଡିପିସିଙ୍କ ଏତାଦୃଶ୍ୟ ବ୍ୟବହାର ସଂପର୍କରେ ସେ ପ୍ରଶାସନକୁ ଜଣାଇଥିଲେ। ତେବେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବାରୁ ସେ ଶେଷରେ ଥାନାର ଦ୍ୱାରସ୍ଥ ହୋଇଥିଲେ।
ଅନ୍ୟପକ୍ଷରେ ଡିପିସି ତାଙ୍କ ବିରୋଧରେ ଆସିଥିବା ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ପୋଲିସ୍ ଘଟଣାର ତଦନ୍ତ କଲେ ସତ କଥା ବାହାରକୁ ଆସିବ ବୋଲି ସେ କହିଛନ୍ତି।
ଡିପିସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି ଜିଲ୍ଲା ଶିକ୍ଷକ ସଂଘ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଫିସ୍ରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଟଣାଓଟରା କଲେ ମହିଳା
ଜାତିଗତ ପ୍ରମାଣ ପତ୍ର ପାଇନଥିବାରୁ ସିଆର୍ପିଏଫ୍ ଚାକିରି ଆଶାୟୀଙ୍କ ଧୌର୍ଯ୍ୟର ବନ୍ଧ ଭାଙ୍ଗି ଯାଇଥିଲା। ଏହାଛଡ଼ା ନିଜ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।
Miscellaneous
ଜଗା ଜମି ଜାଲିଆତି: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ
ମାଟିତୋଟା ମୌଜାରେ ୧୦୯ଟି ରେଭିନ୍ୟୁ ପ୍ଲଟ ବେଆଇନ ଭାବେ ଜବରଦଖଲ ସହ ହସ୍ତାନ୍ତର ହୋଇଛି। ଯେଉଁମାନେ ଶ୍ରୀମନ୍ଦିର ଜମି ଅକ୍ତିଆର ବା ଏହି ଜମିରେ କୋଠା ନିର୍ମାଣ କରିଛନ୍ତି, ତାକୁ ଉଚ୍ଛେଦ କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ।
Crime
ଭିଣୋଇ ଓ ସ୍ୱାମୀଙ୍କ ପରେ ଜେଲ୍ ଗଲେ ସ୍କୁଟି ଦିଦି
ଦୁଇ ବର୍ଷ ତଳେ ପଶ୍ଚିମବଙ୍ଗ ଏସ୍ଟିଏଫ୍ ହାତରେ ଧରା ପଡ଼ିଥିଲେ ରୁକ୍ସାନାଙ୍କ ଭିଣୋଇ ଏସ୍.କେ ରସିଦ। କୋଲକାତାରୁ ତାଙ୍କୁ ଗିରଫ କରିଥିଲା ଏସ୍ଟିଏଫ୍ ଟିମ୍। କାର ସହ ୧୦ ଲକ୍ଷ ଟଙ୍କାର ହେରୋଇନ୍ ତାଙ୍କଠାରୁ ଜବତ କରିଥିଲା।
Miscellaneous
କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା
୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ବନ୍ଦ ରହିଥିବା ମିଶନ ଶକ୍ତି କାଫେକୁ ମଧ୍ୟ ଏସଏଚଜି ମହିଳାଙ୍କୁ ହସ୍ତାନ୍ତର କରି ଚାଲୁ କରାଯିବ। ରୋଗୀ କଲ୍ୟାଣ ସମିତି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।
Weather
ଆସୁଛି ଆଉ ଏକ ଲଘୁଚାପ!
କୁହୁଡି ନେତା ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।