Advertisment

ଅତିରିକ୍ତ ଉପଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ, ୯ଟି ସ୍ଥାନରେ ଚଢ଼ାଉ

ଏହି ଚଢ଼ାଉରେ ଭିଜିଲାନ୍ସ ବିଭାଗର ୯ଟି ଟିମ୍ ସାମିଲ ହୋଇଛନ୍ତି।

ଅଦ୍ୟତନ ହୋଇଛି
Vigilance Raid

Vigilance Raid

Advertisment

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଅତିରିକ୍ତ  ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରଶାନ୍ତଙ୍କ ନବରଙ୍ଗପୁର ସରକାରୀ ବାସଭବନ, କାର୍ଯ୍ୟାଳୟ, ଭଦ୍ରକ ସ୍ଥିତ ପୈତୃକ ଘର, ଭୁବନେଶ୍ୱର ସ୍ଥିତ କାନନ ବିହାର ଘର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।

Advertisment

ଏହି ଚଢ଼ାଉରେ ଭିଜିଲାନ୍ସ ବିଭାଗର ୯ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରଶାନ୍ତ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ତଦନ୍ତ କରି ପ୍ରଶାନ୍ତଙ୍କ ଘରେ ଆଜି ସକାଳେ ଚଢ଼ାଉ କରିଛି।  

 ସୂଚନାଯୋଗ୍ୟ, ପ୍ରଶାନ୍ତ ପୂର୍ବରୁ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକରେ ବିଡ଼ିଓ ଭାବେ କାର୍ଯ୍ୟ କରୁଥିଲେ। ଏହି ସମୟରେ କୌଣସି କାମ ପାଇଁ ବିରିପାଣି ପଞ୍ଚାୟତର ଜଣେ ଅଧିକାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ।

Advertisment
Vigilance Raid Nabarangpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe