ପୁରୀ(ଓଡ଼ିଶା ରିପୋର୍ଟର): ଦୀର୍ଘ ୨୬ ବର୍ଷ ପରେ ନାଗାର୍ଜୁନ ବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାମୂର୍ତ୍ତି । ଆସନ୍ତା ନଭେମ୍ବର ୨୭ ତାରିଖରେ ପ୍ରଭୁଙ୍କ ଏହି ରୂପର ଦର୍ଶନ ପାଇପାରିବେ ଭକ୍ତ । ଏଥିପାଇଁ ନିଜ ତୂଳିର ନିଖୁଣ ସ୍ପର୍ଶରେ ନାଗାର୍ଜୁନ ବେଶକୁ ଜୀବନ୍ତ କରିବା କାମରେ ଲାଗି ପଡ଼ିଛନ୍ତି ପଟ୍ଟଚିତ୍ର ଶିଳ୍ପୀମାନେ ।
ନାଗାର୍ଜୁନ ବେଶ ସହ ପତିତପାବନଙ୍କ ୧୨ ମାସର ସମସ୍ତ ଲୀଳାଖେଳାକୁ ପଟ୍ଟଚିତ୍ରରେ ପ୍ରଦର୍ଶନ କରାଯିବ। ଶ୍ରୀଜିଉଙ୍କ ହାତୀବେଶ, ଗଜଉଦ୍ଧାରଣ ବେଶ, ବାମନ ବେଶ, କୃଷ୍ଣବଳରାମ ବେଶ ଭଳି ବିଭିନ୍ନ ବେଶକୁ ଚତୁଃପାର୍ଶ୍ୱରେ ସୁସଜ୍ଜିତ କରି ଚିତ୍ରିତ କରୁଛନ୍ତି ଶିଳ୍ପୀମାନେ।
କୋଭିଡ୍ କଟକଣା ଯୋଗୁଁ ଭକ୍ତମାନେ ଏବେ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିପାରୁନାହାନ୍ତି । ଯଦି ଆସନ୍ତା ନଭେମ୍ବର ମାସକୁ ଅବସ୍ଥାରେ ସୁଧାର ଆସିଥିବ,ତେବେ ଭକ୍ତମାନେ ମନ୍ଦିର ଭିତରକୁ ପ୍ରବେଶ କରିବାକୁ ଅନୁମତି ପାଇବେ। ଫଳରେ ସେମାନେ ନାଗାର୍ଜୁନ ବେଶରେ ପ୍ରଭୁଙ୍କ ଦର୍ଶନ କରିପାରିବେ ବୋଲି ଆଶା ରଖିଛନ୍ତି ଚିତ୍ରଶିଳ୍ପୀମାନେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।