ମୁନିଗୁଡ଼ା (ନନ୍ଦକିଶୋର ପଟ୍ଟନାୟକ ): ରାୟଗଡାର ମୁନିଗୁଡ଼ାରେ ରାସ୍ତାକାମକୁ ବିରୋଧ କରି ମାଓବାଦୀମାନେ ଲଙ୍କାକାଣ୍ଡ ଘଟାଇଛନ୍ତି। ଜେସିବି ସମେତ ରାସ୍ତା କାମରେ ନିୟୋଜିତ ୩ଟି ଗାଡ଼ିକୁ ଜାଳିଦେଲେ ମାଓବାଦୀ ।
ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଶରଧାପୁରରୁ ଥୁଆପାଡ଼ିକୁ ସଂଯୋଗ କରୁଥିବା ରାସ୍ତା କାମକୁ ବିରୋଧ କରି ମାଓବାଦୀମାନେ ଏଭଳି ଲଙ୍କାକାଣ୍ଡ ଘଟାଇଥିବା କୁହାଯାଉଛି । ଗତକାଲି ରାତିରେ ୧୫ଜଣ ମାଓବାଦୀ ଟିକରପଡ଼ା ଗାଁ ନିକଟରେ ପହଞ୍ଚିଥିଲେ। ପରେ ସେଠାରେ ଥିବା ଜେସିବି ଓ ଅନ୍ୟ ଗାଡିକୁ ପୋଡି ଦେଇଥିଲେ। ଘଟଣାସ୍ଥଳରେ ୩ଟି ମାଓ ପୋଷ୍ଟର ଲାଗିଥିବାବେଳେ ରାସ୍ତା କାମ ବନ୍ଦ ପାଇଁ ମାଓବାଦୀମାନେ ଚେତାବନୀ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।
Miscellaneous
୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ୯ ତାରିଖ ଜନତା ମଇଦାନରେ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ।