ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବନ୍ୟପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ନେଦରଲ୍ୟାଣ୍ଡସରୁ ଆସିବେ ଆଫ୍ରିକୀୟ ଚିତା ବାଘ। ଏହାଛଡ଼ା ଜେବ୍ରା ମଧ୍ୟ ଆସିବ। ବାଘ ଓ ଜେବ୍ରା ଆଣିବାକୁ କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅନୁମତି ମିଳିଥିବା ଚିଫ୍ ଓ୍ୱାଇଲ୍ଡ ଲାଇଫ୍ ଓ୍ୱାର୍ଡେନ ଅଜୟ କୁମାର ମହାପାତ୍ର କହିଛନ୍ତି।
ଅନ୍ୟପକ୍ଷରେ ସାତକୋଶିଆ, ଟିକରପଡ଼ା ଓ ମହାନଦୀ ଉପରମୁଣ୍ଡ ସୁନାଖଣିଆରେ ୫ଟି ଘଡ଼ିଆଳ କୁମ୍ଭୀର ଛଡ଼ାଯାଇଛି। ଏହି କୁମ୍ଭୀରଙ୍କ ଦେହରେ ରେଡିଓ କଲାର୍ ଲଗାଯାଇଛି। ରେଡିଓ କଲାର୍ ଦ୍ୱାରା ୨୪ ଘଣ୍ଟା ସେମାନଙ୍କ ଗତିବିଧି ଅନୁଧ୍ୟାନ କରାଯିବ।
କୁମ୍ଭୀରଙ୍କ ଗତିବିଧି ଅନୁଧ୍ୟାନ ପାଇଁ ୩ ଜଣ ରିସର୍ଚ୍ଚ ସ୍କଲାର୍ ନିୟୋଜିତ ହୋଇଛନ୍ତି। ପରବର୍ତ୍ତୀ ସମୟରେ ଅନ୍ୟ ୩୦ଟି ଘଡ଼ିଆଳ କୁମ୍ଭୀରଙ୍କୁ ଛଡ଼ାଯିବ। କୁମ୍ଭୀର ଦେହରେ ରେଡିଓ କଲାର ଲଗାଇବା ଓଡ଼ିଶାରେ ପ୍ରଥମ ଘଟଣା। ପୂର୍ବରୁ ମଧ୍ୟପ୍ରଦେଶର ଚମ୍ବଲରେ କୁମ୍ଭୀରଙ୍କ ଦେହରେ ରେଡିଓ କଲାର ଲଗାଯାଇଥିଲା ବୋଲି ଚିଫ୍ ଓ୍ୱାଇଲ୍ଡ ଲାଇଫ୍ ଓ୍ୱାର୍ଡେନ ଅଜୟ କୁମାର ମହାପାତ୍ର ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ପ୍ରବାସୀ ଭାରତୀୟ ସମ୍ମେଳନ ଆରମ୍ଭ, ମୁଖ୍ୟମନ୍ତ୍ରୀ କହିଲେ- ପ୍ରବାସୀମାନେ କଲଚରାଲ ଆମ୍ବାସଡର
ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ।
Crime
ଦୁଇ ଶ୍ରମିକଙ୍କୁ ଅପହରଣ କରି ମାଗୁଥିଲେ ଟଙ୍କା, ବନ୍ଧା ହେଲେ ଦୁଇ ଯୁବକ
ଗତ ୫ ତାରିଖ ଦିନ ହାଡିଆପଠାରେ କିଛି ନିଶାସକ୍ତ ଯୁବକଙ୍କ ସହ ସେମାନଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଯୁବକମାନେ ଦୁଇ ଶ୍ରମିକଙ୍କୁ ଉଠାଇ ନେଇ ଯୋବ୍ରା ଅଞ୍ଚଳର ପରିତ୍ୟକ୍ତ ଘରେ ରଖିଥିଲେ।
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Miscellaneous
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜଧାନୀରେ ଜମିଲାଣି ଭିଭିଆଇପିଙ୍କ ଭିଡ଼
। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।