ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ବାତ୍ୟା ‘ଫୋନି’ରେ କ୍ଷତିଗ୍ରସ୍ତ ହୋଇ ବନ୍ଦ ରହିଥିବା ନନ୍ଦନକାନନ ଚଳିତମାସ ୨୧ତାରିଖରୁ ପୁଣିଥରେ ସର୍ବସାଧାରଣଙ୍କ ପାଇଁ ଉନ୍ମୁକ୍ତ ହେବ ବୋଲି ଜଣାପଡ଼ିଛି। ଏହାବ୍ୟତୀତ ଭୁବନେଶ୍ୱରସ୍ଥିତ ଜୟଦେବ ବାଟିକା ଆସନ୍ତାକାଲିଠୁ ଖୋଲିବାକୁ ଥିବାବେଳେ ଏକାମ୍ର କାନନକୁ ପୁଣିଥରେ ସର୍ବସାଧାରଣଙ୍କ ପାଇଁ ଖୋଲିଦିଆଯାଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର ପ୍ରାଥମିକ ଆକଳନ ରିପୋର୍ଟ ଅନୁସାରେ ‘ଫୋନି’ ବାତ୍ୟାରେ ବିଭାଗର ମୋଟ ୫୩୭କୋଟି ଟଙ୍କାର ସମ୍ପତ୍ତି କ୍ଷତି ହୋଇଛି । ଜଙ୍ଗଲ ଓ ଅଭୟାରଣ୍ୟ ଅଞ୍ଚଳରେ ପ୍ରାୟ ୯ଲକ୍ଷ ଗଛ ଭାଙ୍ଗିଥିବାବେଳେ ଜଙ୍ଗଲ ଅଞ୍ଚଳ ବାହାରେ ୫ଲକ୍ଷ ଗଛ ନଷ୍ଟ ହୋଇଛି। ୮ଲକ୍ଷ ଚାରା ମଧ୍ୟ ନଷ୍ଟ ହୋଇଛି। ‘ଫୋନି’ ବାତ୍ୟାରେ ନନ୍ଦନକାନନରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲେ ମଧ୍ୟ କୌଣସି ବନ୍ୟପ୍ରାଣୀ ପ୍ରାଣ ହରାଇଥିବାର ପ୍ରମାଣ ମିଳିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।