ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):କଂଗ୍ରେସରେ ପରିବାରବାଦ ନେଇ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଦେଇଥିବା ମନ୍ତବ୍ୟ ଉପରେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଜବାବ ରଖିଛନ୍ତି। ଶିବରାଜ ସିଂହ ଚୌହାନଙ୍କୁ ଇସାରା କରି ସେ କହିଛନ୍ତି, "ମୁଁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ପଚାରୁଛି ସେ ପରିବାରବାଦରୁ ମୁକ୍ତ ହେଲେଣି କି ? ତାଙ୍କ ପରିବାରର ମୁଖିଆ କିଏ ? ନାଗପୁର RSS ଅଫିସ୍ ପରା, ସେ ଯେଉଁଠି ଯେମିତି ନଚେଇବେ ଏମାନେ ନାଚିବେ। ରାଜନୀତିରେ ସେ ତାଙ୍କର ପିତା, ସେ ଆଗ ପରିବାରବାଦରୁ ମୁକ୍ତ ହୁଅନ୍ତୁ।"
ସୂଚନା ଅନୁଯାୟୀ, ଶିବରାଜ ସିଂହ ଚୌହାନ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଉଭୟ ବିଜେଡି ଓ କଂଗ୍ରେସ ଉପରେ ବର୍ଷିଥିଲେ। ଶିବରାଜ କହିଥିଲେ, କଂଗ୍ରେସରେ ପରିବାରବାଦ ହିଁ ସବୁକିଛି । ହେଲେ ବିଜେପି କେବେ ବି ପରିବାରବାଦରେ ବିଶ୍ୱାସ କରେନାହିଁ।
ଦଳର ସଭାପତି ଚୟନ ନେଇ ଟଣାଓଟରା ଲାଗିବା ହାସ୍ୟାସ୍ପଦ ବୋଲି ଶିବରାଜ କଟାକ୍ଷ କରି କହିଥିଲେ। ଏହାସହ କଶ୍ମୀର ସମସ୍ୟା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ୍ ନେହରୁ ହିଁ ଦାୟୀ ବୋଲି ମଧ୍ୟ କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।