ଜିତିଲେ ନରସିଂହ ଓ ସାରଦା; ହାରିଲେ ସଞ୍ଜୟ ଦାସବର୍ମା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ ବିଧାନସଭାରେ ବିରୋଧୀ ଦଳ ନେତା ଥିବା କଂଗ୍ରେସ ନେତା ନରସିଂହ ମିଶ୍ର ବଲାଙ୍ଗୀର ବିଧାନସଭା ଆସନରୁ ପୁଣି ନିର୍ବାଚିତ ହୋଇଛନ୍ତି। ବିଜୁ ଜନତା ଦଳ ପ୍ରାର୍ଥୀ ଅର୍କେଶ କେଶରୀ ସିଂହଦେଓଙ୍କୁ ପ୍ରାୟ ୬ ହଜାର ଭୋଟରେ ହରାଇ ନରସିଂହ ମିଶ୍ର ବିଜୟୀ ହୋଇଛନ୍ତି। ଅନ୍ୟପକ୍ଷରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରୁ ବିଜେପି ପ୍ରାର୍ଥୀ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟର ପ୍ରତିଦ୍ୱନ୍ଦ୍ୱୀ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ପ୍ରାର୍ଥୀ ସଂଜୟ […]

narasingha-mishra-and-sarada-nayak-wine-and-sanjay-defet

Manoranjan Sial
  • Published: Friday, 24 May 2019
  • , Updated: 24 May 2019, 12:50 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ ବିଧାନସଭାରେ ବିରୋଧୀ ଦଳ ନେତା ଥିବା କଂଗ୍ରେସ ନେତା ନରସିଂହ ମିଶ୍ର ବଲାଙ୍ଗୀର ବିଧାନସଭା ଆସନରୁ ପୁଣି ନିର୍ବାଚିତ ହୋଇଛନ୍ତି। ବିଜୁ ଜନତା ଦଳ ପ୍ରାର୍ଥୀ ଅର୍କେଶ କେଶରୀ ସିଂହଦେଓଙ୍କୁ ପ୍ରାୟ ୬ ହଜାର ଭୋଟରେ ହରାଇ ନରସିଂହ ମିଶ୍ର ବିଜୟୀ ହୋଇଛନ୍ତି।

ଅନ୍ୟପକ୍ଷରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରୁ ବିଜେପି ପ୍ରାର୍ଥୀ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟର ପ୍ରତିଦ୍ୱନ୍ଦ୍ୱୀ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ପ୍ରାର୍ଥୀ ସଂଜୟ କୁମାର ଦାସବର୍ମାଙ୍କୁ ହରାଇଛନ୍ତି।

ଜୟଦେବ ବିଧାନସଭା ଆସନରୁ ବିଜୁ ଜନତା ଦଳ ପ୍ରାର୍ଥୀ ଅରବିନ୍ଦ ଢାଲି ବିଜୟୀ ହୋଇଛନ୍ତି। ଏଥର ଅରବିନ୍ଦ ଢ଼ାଲି ୬୦୨୯୮ ଖଣ୍ଡ ଭୋଟ ପାଇଥିଲେ। ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ସ୍ୱାଧୀନ ପ୍ରାର୍ଥୀ ନବ କିଶୋର ମଲ୍ଲିକ ୪୨୪୬୫ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପିର ନରେନ୍ଦ୍ର ନାଥ ନାୟକ ୨୭୬୫୦ ଖଣ୍ଡ ଭୋଟ୍‌ ପାଇଛନ୍ତି।

ସେହିପରି ରାଉରକେଲା ଆସନରୁ ବିଜେଡି ପ୍ରାର୍ଥୀ ସାରଦା ପ୍ରସାଦ ନାୟକ ବିଜୟୀ ହୋଇଛନ୍ତି। ସାରଦା ୬୦୭୦୫ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ତାଙ୍କ ନିକଟର ପ୍ରତିଦ୍ୱନ୍ଦ୍ୱୀ ବିଜେପିର ନିହାର ରାୟ ୫୦୨୭୫ ଖଣ୍ଡ ଭୋଟ୍‌ ପାଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାର ରଘୁନାଥପାଲି ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ସୁବ୍ରତ ତରାଇ ବିଜୟ ଲାଭ କରିଛନ୍ତି। ସେ ୪୪୬୩୮ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ତାଙ୍କ ନିକଟତର ପ୍ରତିଦ୍ୱନ୍ଦ୍ୱୀ ବିଜେପିର ଜଗବନ୍ଧୁ ବେହେରା ୩୯୮୯୪ ଖଣ୍ଡ ଭୋଟ ପାଇଛନ୍ତି।

Related story