ମମିତା ହତ୍ୟା ମାମଲାରେ ନିରପେକ୍ଷ ତଦନ୍ତ ପାଇଁ ଡିଜିପିଙ୍କୁ NCWଙ୍କ ଚିଠି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାଲିଙ୍ଗ ସନସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ନିଜ ତରଫରୁ ହସ୍ତକ୍ଷେପ କଲେ ଜାତୀୟ ମହିଳା କମିଶନ(NCW)। ମାମଲାର ନିରପେକ୍ଷ ତଦନ୍ତ ନେଇ ଓଡ଼ିଶା ଡିଜିପି ଅଭୟଙ୍କୁ ଚିଠି ଲେଖିଲେ। ମମିତାଙ୍କ ପରିବାରକୁ ଆବଶ୍ୟକ ସୁରକ୍ଷା ଦେବାକୁ NCW ନିର୍ଦ୍ଦେଶ ଦେଲେ। ମହାଲିଙ୍ଗ ସନସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ହତ୍ୟା କରାଯାଇଛି। ସ୍କୁଲର ଅଧ୍ୟକ୍ଷ ଗୋବିନ୍ଦ ସାହୁ ତାଙ୍କ କାର୍‌ ଭିତରେ ମମିତାଙ୍କୁ ହତ୍ୟା କରିଛନ୍ତି। ନିଜର ପରକୀୟା […]

NCW

Manoranjan Sial
  • Published: Wednesday, 20 October 2021
  • , Updated: 20 October 2021, 06:44 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାଲିଙ୍ଗ ସନସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ନିଜ ତରଫରୁ ହସ୍ତକ୍ଷେପ କଲେ ଜାତୀୟ ମହିଳା କମିଶନ(NCW)। ମାମଲାର ନିରପେକ୍ଷ ତଦନ୍ତ ନେଇ ଓଡ଼ିଶା ଡିଜିପି ଅଭୟଙ୍କୁ ଚିଠି ଲେଖିଲେ। ମମିତାଙ୍କ ପରିବାରକୁ ଆବଶ୍ୟକ ସୁରକ୍ଷା ଦେବାକୁ NCW ନିର୍ଦ୍ଦେଶ ଦେଲେ।

ମହାଲିଙ୍ଗ ସନସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ହତ୍ୟା କରାଯାଇଛି। ସ୍କୁଲର ଅଧ୍ୟକ୍ଷ ଗୋବିନ୍ଦ ସାହୁ ତାଙ୍କ କାର୍‌ ଭିତରେ ମମିତାଙ୍କୁ ହତ୍ୟା କରିଛନ୍ତି। ନିଜର ପରକୀୟା ପ୍ରୀତି ପ୍ରଘଟ ହୋଇଯିବା ଆଶଙ୍କା କରି ମମିତାଙ୍କୁ ଗୋବିନ୍ଦ ହତ୍ୟା କରି ପୋଡ଼ି ଦେଇଥିଲା। ଏବେ ଏହି ଘଟଣା ଉପରୁ ପର୍ଦ୍ଦା ହଟିବା ପରେ ପୁଲିସ ଗୋବିନ୍ଦଙ୍କୁ ଗିରଫ କରିଛି। ତେବେ ଏଥିରେ ଆଉ କେଉଁମାନଙ୍କ ସମ୍ପୃକ୍ତି ରହିଛି, ତାହା ଉପରେ ତଦନ୍ତ କରିବା ପାଇଁ ପୁଲିସ ଗୋବିନ୍ଦଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି।

ସେପଟେ ଗିରଫ ହୋଇଥିବା ଗୋବିନ୍ଦଙ୍କ ସହିତ ଶାସକ ବିଜେଡିର ବଡ଼ ବଡ଼ ନେତାଙ୍କ ଫଟୋ ସାମ୍ନାକୁ ଆସିଛି। ଯାହାକୁ ନେଇ ଅଡ଼ୁଆରେ ପଡ଼ିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର। ସେ ନିୟମିତି ଗୋବିନ୍ଦଙ୍କୁ ସ୍କୁଲକୁ ଯାଉଥିଲେ ଓ ରାତ୍ର ଯାପନ କରୁଥିଲେ ବୋଲି ବିଜେପି ଏବଂ କଂଗ୍ରେସ ଦାବି କରିଛନ୍ତି। ତେଣୁ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବିଦା କରିବା ସହିତ ଘଟଣାର ସିବିଆଇ ତଦନ୍ତ ଦାବି କରିଛି ବିଜେପି ଏବଂ କଂଗ୍ରେସ। ଦିନକୁ ଦିନ ପ୍ରତିବାଦର ସ୍ୱର ତୀବ୍ର ହେଉଥିବାରୁ ଚିନ୍ତାରେ ରାଜ୍ୟ ସରକାର।

Related story