ଫୋନି ପାଇଁ ମୋଦିଙ୍କୁ ୫ ହଜାର କୋଟି ଟଙ୍କା ମାଗିଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ସରକାରୀ ବାସଭବନରେ ନବୀନ ମୋଦିଙ୍କ ସହ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଗଣମାଧ୍ୟମକୁ ନବୀନ କହିଛନ୍ତି,“ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା, ଫୋନି କ୍ଷୟକ୍ଷତି ନେଇ ଆଲୋଚନା ହୋଇଛି। ଫୋନି ପାଇଁ ୫ ହଜାର କୋଟି ଟଙ୍କା ଆର୍ଥିକ ସହାୟତା ଦେବାକୁ ଅନୁରୋଧ କରାଯାଇଛି। ୫ ଲକ୍ଷ ପକ୍କା ଘର ଯୋଗାଇ ଦେବାକୁ ମଧ୍ୟ ଅନୁରୋଧ କରିଛୁ। ଏଥିସହ କୋଇଲା ରୟାଲଟି […]

567

567

Jitendra Garnayak
  • Published: Tuesday, 11 June 2019
  • Updated: 11 June 2019, 03:02 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ସରକାରୀ ବାସଭବନରେ ନବୀନ ମୋଦିଙ୍କ ସହ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଗଣମାଧ୍ୟମକୁ ନବୀନ କହିଛନ୍ତି,“ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା, ଫୋନି କ୍ଷୟକ୍ଷତି ନେଇ ଆଲୋଚନା ହୋଇଛି। ଫୋନି ପାଇଁ ୫ ହଜାର କୋଟି ଟଙ୍କା ଆର୍ଥିକ ସହାୟତା ଦେବାକୁ ଅନୁରୋଧ କରାଯାଇଛି। ୫ ଲକ୍ଷ ପକ୍କା ଘର ଯୋଗାଇ ଦେବାକୁ ମଧ୍ୟ ଅନୁରୋଧ କରିଛୁ। ଏଥିସହ କୋଇଲା ରୟାଲଟି ସଂଶୋଧନ ଦାବି ନେଇ ତାଙ୍କୁ ଅବଗତ କରାଯାଇଛି।”

ସେ ଆହୁରି କହିଛନ୍ତି,“ ଲୋକସଭା ଉପବାଚସ୍ପତି ପଦ ନେଇ କୌଣସି ଆଲୋଚନା ହୋଇନି। 'ଆୟୁଷ୍ମାନ' ଯୋଜନା ସଂପର୍କରେ ମଧ୍ୟ ଆଲୋଚନା ହୋଇନି।” ଅଲ ଇଣ୍ଡିଆ ରେଡିଓର ସୂଚନା ଅନୁଯାୟୀ ଆଲୋଚନା କାଳରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ସ୍ୱତନ୍ତ୍ର ପାହ୍ୟା ରାଜ୍ୟ ମିଳୁ ବୋଲି ଦାବି କରିଛନ୍ତି।

ଏଥିସହ ସାଧାରଣ ନିର୍ବାଚନରେ ବିପୁଳ ବିଜୟ ପାଇଁ ମୋଦିଙ୍କୁ ଶ୍ରୀ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos