ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅତ୍ୟାବଶ୍ୟକ ସେବା ଯୋଗାଉଥିବା ବ୍ୟକ୍ତି ବିଶେଷଙ୍କୁ ଉତ୍ସାହିତ କରିଛନ୍ତି ସାଧାରଣ ଜନତାଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି । ଯେଉଁଥିରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସେ ତାଳି ବଜାଇବା ସହ ବେଲଣା ପଟା ବାଡ଼େଇ କୋଭିଡ୍-୧୯ ମୁକାବିଲା ପାଇଁ କାର୍ଯ୍ୟରତ ଲକ୍ଷଲକ୍ଷ ଜରୁରୀକାଳୀନ ସେବାରେ ନିୟୋଜିତ କର୍ମଚାରୀଙ୍କୁ କୃତଜ୍ଞତା ଜଣାଛନ୍ତି । ସମସ୍ତ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟ ଓ ସଫେଇ କର୍ମଚାରୀ, ପରିବହନ କର୍ମଚାରୀ, ପୁଲିସ, ମିଡିଆ କର୍ମୀ ଏବଂ ଅନ୍ୟ ସହଯୋଗୀ ବ୍ୟକ୍ତିଙ୍କ ପାଇଁ ସେ ତାଳି ବଜାଇଥିବା ଟ୍ୱିଟ୍ କରିଛନ୍ତି।
ସେପଟେ ଲୋକସେବା ଭବନ ସମ୍ମୁଖରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, କୋଭିଡ୍ -୧୯ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍ଚୀ ଓ ଫାଇଭ୍-ଟି ସଚିବ ଭି. କେ. ପାଣ୍ଡିଆନ, ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ଧଳ, ଆଇଏଏସ୍ ସୁରେଶ ମହାପାତ୍ର, ଏନଏଚଏମ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ପ୍ରମୁଖ ତାଳି ବଜାଇଥିଲେ। ସେପଟେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ ଓ ବଡ଼ଚଣା ବିଧାୟକ ଅମର ଶତପଥୀଙ୍କ ସହ ଅନ୍ୟ କିଛି ରାଜନେତା ମଧ୍ୟ ଘଣ୍ଟ ଓ ତାଳି ବଜାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।