ଓଡ଼ିଆଙ୍କୁ ଫେରାଇ ଆଣିବା ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବୀନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତାମିଲନାଡୁରେ ଅଟକି ରହିଥିବା ଓଡ଼ିଆମାନଙ୍କ ଫେରସ୍ତ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇକେ ପାଲାନିସ୍ୱାମୀଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଆଲୋଚନାରେ ସାମିଲ ହୋଇଥିଲେ। ଲକଡାଉନ ଯୋଗୁ ତାମିଲନାଡୁରେ ଅଟକି ରହିଥିବା ଓଡ଼ିଆମାନଙ୍କ ଉପଯୁକ୍ତ ଯତ୍ନ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପାଲାନିସ୍ୱାମୀଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଶା ଫେରିବାକୁ ଚାହୁଁଥିବା ଲୋକମାନେ […]

naveen

Manoranjan Sial
  • Published: Thursday, 30 April 2020
  • , Updated: 30 April 2020, 08:45 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତାମିଲନାଡୁରେ ଅଟକି ରହିଥିବା ଓଡ଼ିଆମାନଙ୍କ ଫେରସ୍ତ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇକେ ପାଲାନିସ୍ୱାମୀଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଆଲୋଚନାରେ ସାମିଲ ହୋଇଥିଲେ।

ଲକଡାଉନ ଯୋଗୁ ତାମିଲନାଡୁରେ ଅଟକି ରହିଥିବା ଓଡ଼ିଆମାନଙ୍କ ଉପଯୁକ୍ତ ଯତ୍ନ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପାଲାନିସ୍ୱାମୀଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଶା ଫେରିବାକୁ ଚାହୁଁଥିବା ଲୋକମାନେ ଯେପରି ସୁବିଧାରେ ଯେପରି ଫେରିବେ ସେ ଦିଗରେ ସହଯୋଗ ଯୋଗାଇ ଦେବାକୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଥିଲେ। ଚେନ୍ନାଇର ଗୁରୁ ନାନକ କଲେଜରେ କରାଯାଇଥିବା ଶିବିରରେ ରହିଥିବା ଓଡ଼ିଆମାନେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ କଥା ହୋଇଥିଲେ। ଓଡ଼ିଶା ଫେରିବାକୁ ଚାହୁଁଥିବା ଲୋକମାନଙ୍କୁ ସବୁ ପ୍ରକାରର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପାଲାନିସ୍ୱାମୀ ପ୍ରତିଶ୍ରୁତି ଦେଇଥିଲେ।

Related story