ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୮ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ଏହା ନବୀନଙ୍କ ପ୍ରଥମ ଦିଲ୍ଲୀ ଗସ୍ତ ହେବ।
ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ଦ୍ୱିତୀୟଥର ପାଇଁ ବିଜେପି ନେତୃତ୍ୱାଧୀନ ଏନଡିଏକୁ ବିପୁଳ ଜନସମର୍ଥନ ମିଳିଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇବେ। ନବୀନ ନିଜର ଗସ୍ତ ସମୟରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଓ ଅନ୍ୟ କେତେକ ମନ୍ତ୍ରୀଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ନବୀନଙ୍କ ଦିଲ୍ଲୀ ଗସ୍ତ ପରେ ହିଁ ନରେନ୍ଦ୍ର ମୋଦି ନେତୃତ୍ୱାଧୀନ ଏନଡିଏ ସରକାର ପ୍ରତି ବିଜେଡିର ବାସ୍ତବ ଆଭିମୁଖ୍ୟ ସ୍ପଷ୍ଟ ହେବ ବୋଲି ଚର୍ଚ୍ଚା ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Miscellaneous
ସରିଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କା ବେପାର
ଐତିହାସିକ କଟକ ବାଲିଯାତ୍ରା ସରିବା ପରେ ୯ ଦିନର କୋଳାହଳ ଏବେ ଶାନ୍ତ ପଡ଼ିଛି। ୯ ଦିନରେ ୨୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବାବେଳେ ସେଥିରୁ କେବଳ ଓରମାସ ୪୦ କୋଟି ଟଙ୍କାର ବ୍ୟବସାୟ କରିଥିବା ଜଣାପଡ଼ିଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Miscellaneous
ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କି ସୁଡ଼ଙ୍ଗ, ମରାମତି ବାଟ ଫିଟିଲା
ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଜିପିଆରଏସ୍ ସର୍ଭେ ରିପୋର୍ଟରୁ ହେଲା ସ୍ପଷ୍ଟ। ଦିନେ ଦୁଇ ଦିନରେ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
Politics
ରାସ୍ତା ମରାମତି କାମକୁ ନେଇ ତାତିଲେ ନଗର ଉନ୍ନୟନ ମନ୍ତ୍ରୀ
ମୟୂରଭଞ୍ଜ ଜିଲ୍ଲା ଏନଏଚ୍-୪୯ ବାଙ୍ଗିରିପୋଷି ଘାଟିରେ ରାସ୍ତା ମରାମତି କାର୍ଯ୍ୟର ଅଗ୍ରଗତି ହେଉନାହିଁ। PDଙ୍କୁ ଗିରଫ କରି ଜେଲ୍ ପଠାଇବାକୁ କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।