ସତର୍କ ରହିବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସତର୍କ ରହିବା ସହିତ କଡାକଡି କୋଭିଡ୍‌ ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ର ନୂଆ ଭାରିଏଣ୍ଟର ଭୟଭୟତା ସଂପର୍କରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସବୁ ଦେଶକୁ ସତର୍କ କରାଇ ଦେଇଛନ୍ତି।ଏହା ଗୁରୁତର ପ୍ରଭାବ ପକାଇବାର ମଧ୍ୟ ଅଶଂକା ବ୍ୟକ୍ତ କରିଛନ୍ତି। ଗତ କିଛି […]

Chief-Minister-Naveen-Patnaik

Manoranjan Sial
  • Published: Wednesday, 01 December 2021
  • , Updated: 01 December 2021, 07:51 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସତର୍କ ରହିବା ସହିତ କଡାକଡି କୋଭିଡ୍‌ ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ର ନୂଆ ଭାରିଏଣ୍ଟର ଭୟଭୟତା ସଂପର୍କରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସବୁ ଦେଶକୁ ସତର୍କ କରାଇ ଦେଇଛନ୍ତି।ଏହା ଗୁରୁତର ପ୍ରଭାବ ପକାଇବାର ମଧ୍ୟ ଅଶଂକା ବ୍ୟକ୍ତ କରିଛନ୍ତି। ଗତ କିଛି ସପ୍ତାହ ହେଲା ଇରୋପରେ ସଂକ୍ରମଣ ବୃଦ୍ଧି ପାଇଛି। ଏହି ନୂଆ ଭାରିଏଣ୍ଟ ଅଧିକ ସଂକ୍ରମଣକାରୀ ହୋଇଥିବାରୁ ଜନସାଧାରଣ ଅଧିକ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ଆହୁରି କହିଛନ୍ତି, ପ୍ରଥମରୁ ଓଡ଼ିଶା ଏହି ମହାମାରୀ ମୁକାବିଲା ପାଇଁ ସତର୍କତା ମୂଳକ ପଦକ୍ଷେପ ନେଇ ଆସିଛି। ଆହ୍ୱାନମୂଳକ ପରିସ୍ଥିତି ସତ୍ତ୍ୱେ ଜନସାଧାରଣଙ୍କ ସହଯୋଗରେ ଓଡ଼ିଶା ସଫଳତାର ସହିତ ପ୍ରଥମ ଓ ଦ୍ୱିତୀୟ ଲହରର ମୁକାବିଲା କରିଛି। ବର୍ତ୍ତମାନ ପରିସ୍ଥିତିର ଆମେ ମଧ୍ୟ ସଫଳ ମୁକାବିଲା କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

କୋଭିଡ୍‌ ନିୟମର ଯେପରି କଡାକଡି ଭାବେ ପାଳନ କରାଯିବ, ସେଥିପ୍ରତି ପଦକ୍ଷେପ ନେବାପାଇଁ ପୁଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହିତ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା ଆଦି କୋଭିଡ୍‌ ନିୟମ ସଂପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପଞ୍ଚାୟତ ପ୍ରତିନିଧିଙ୍କଠାରୁ ଆରମ୍ଭ କରି ମିଶନ ଶକ୍ତି ଗ୍ରୁପ୍‌ ପର୍ଯ୍ୟନ୍ତ ସମାଜର ସବୁ ବର୍ଗର ଲୋକଙ୍କୁ ସାମିଲ କରି ସଚେତନତା କରିବା ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଆଜିର ବୈଠକ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଯୋଗଦେଇ କହିଛନ୍ତି, ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ପୂରାପୂରି ସତର୍କ ରହିଛି। କୋଭିଡ୍‌ ଭିତ୍ତିଭୂମିକୁ ସୁଦୃଢ କରାଯାଇଛି ବୋଲି ସେ କହିଛନ୍ତି।

Related story