ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ବିଶ୍ୱକପ୍ ହକିକୁ ସବୁଜ ବିଶ୍ୱକପ୍ ହକି ଭାବେ ପ୍ରଚାରିତ କରିବା ଉଦ୍ଦେଶ୍ୟରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ରେ ଏକ ବୃହତ ବୃକ୍ଷରୋପଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି କ୍ରମରେ କଳିଙ୍ଗ ଷ୍ଟାଡିୟମରେ ବୃକ୍ଷରୋପଣ କରାଯାଇଛି। ବିଜୁ ଯୁବ ବାହିନୀର ସ୍ୱେଚ୍ଛାସେବୀଙ୍କୁ ନେଇ ସାରା ରାଜ୍ୟରେ ମୋଟ ତିରିଶ ଲକ୍ଷ ଚାରା ରୋପଣ କରିବାର ଲକ୍ଷ୍ୟ ରଖାଯାଇଛି। ଏହି କାର୍ଯ୍ୟକ୍ରମ ରାଜ୍ୟର ସବୁ ପଞ୍ଚାୟତ ଓ ସହରାଞ୍ଚଳରେ କ୍ରିୟାନ୍ୱିତ କରାଯିବାର ଯୋଜନା ରହିଛି।
ସବୁଜ ବନୀକରଣର ମୁଖ୍ୟ ଉଦ୍ଦେଶ୍ୟ ରହିଛି, ଲୋକଙ୍କ ମଧ୍ୟରେ ପରିବେଶ ପ୍ରତି ସଚେତନତା ସୃଷ୍ଟି କରିବା ଓ ଦୈନନ୍ଦିନ ଚଳଣିରେ ପ୍ରକୃତିପ୍ରେମୀ ସାଜି ଏହାର ସଂରକ୍ଷଣ ଓ ପୁନରୁଦ୍ଧାର କରିବା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।