ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ମୁଖ୍ୟମନ୍ତ୍ରୀଙ୍କ ଫୋକସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶିଶୁଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ଫୋକସ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ। ତୃତୀୟ ଲହର ମୁକାବିଲା ପାଇଁ ତାଲିମ ନେବେ ୧୧୧୪ ଡାକ୍ତର। ସେହିଭଳି ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ […]

Naveen Pattnaik

Manoranjan Sial
  • Published: Tuesday, 08 June 2021
  • , Updated: 08 June 2021, 09:24 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶିଶୁଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ଫୋକସ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ। ତୃତୀୟ ଲହର ମୁକାବିଲା ପାଇଁ ତାଲିମ ନେବେ ୧୧୧୪ ଡାକ୍ତର। ସେହିଭଳି ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ୱାସ୍ଥ୍ୟକର୍ମୀଙ୍କୁ ତାଲିମ ଦିଆଯିବ। କୋଭିଡ୍‌ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍ସିଂ ଯୋଗେ ରାଜ୍ୟରେ କୋଭିଡ୍‌ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି।ରାଜ୍ୟରେ କୋଭିଡ୍‌ ସଂକ୍ରମରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ୱସ୍ତି ପ୍ରକାଶ କରିଛନ୍ତି। ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ସଂକ୍ରମଣ ହାର ଥିବା ଜିଲ୍ଲାରେ ଅନ୍‌ ଲକ୍‌ ପ୍ରକ୍ରିୟା ଆରମ୍ଭ ନେଇ ସରକାର ବିଚାର କରୁଛନ୍ତି। ଏହାସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ ଆଇସୋଲେସନ୍‌ ବେଡ୍‌, ୬୧୦ ଆଇସିୟୁ ବେଡ୍‌ ପ୍ରସ୍ତୁତ ରଖାଯାଇଛି ବୋଲି ସ୍ୱାସ୍ଥ୍ୟ ACS ଚିଠି କରିଥିଲେ। ଏହାସହିତ ଜୁନ୍ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ ସେରୋ ସର୍ଭେ ଆରମ୍ଭ କରାଯିବ। ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ACS ସୂଚନା ଦେଇଥିଲେ।

Related story