ଓଡ଼ିଆଙ୍କ ଘରବାହୁଡ଼ା: ଆନ୍ଧ୍ର ଓ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲକଡାଉନ୍ ଯୋଗୁ ବାହାର ରାଜ୍ୟରେ ଥିବା ଓଡ଼ିଆ ଲୋକଙ୍କ ଘରବାହୁଡ଼ା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁଣି ଆଉ ୨ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ପୂର୍ବରୁ ଗୁଜରାଟ, ମହାରାଷ୍ଟ୍ର ଓ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଥିବା ନବୀନ ଆଜି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପା ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନମୋହନ ରେଡ୍ଡୀଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ କଥା ହୋଇଥିଲେ। ଏହି ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ […]

naveen

Manoranjan Sial
  • Published: Saturday, 02 May 2020
  • , Updated: 02 May 2020, 06:43 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲକଡାଉନ୍ ଯୋଗୁ ବାହାର ରାଜ୍ୟରେ ଥିବା ଓଡ଼ିଆ ଲୋକଙ୍କ ଘରବାହୁଡ଼ା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁଣି ଆଉ ୨ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ପୂର୍ବରୁ ଗୁଜରାଟ, ମହାରାଷ୍ଟ୍ର ଓ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଥିବା ନବୀନ ଆଜି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପା ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନମୋହନ ରେଡ୍ଡୀଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ କଥା ହୋଇଥିଲେ। ଏହି ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନାବେଳେ ଦିଲ୍ଲୀରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ।

ଲକଡାଉନ୍ ସମୟରେ ଉକ୍ତ ଦୁଇ ରାଜ୍ୟରେ ରହିଥିବା ଓଡ଼ିଆଙ୍କର ଉପଯୁକ୍ତ ଯତ୍ନ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହାସହିତ ଯେଉଁମାନେ ଓଡ଼ିଶା ଫେରିବାକୁ ଚାହୁଁଛନ୍ତି ସେମାନେ ଯେଭଳି ସୁବିଧାରେ ଫେରିପାରିବେ ସେ ନେଇ ଆବଶ୍ୟକ ସହଯୋଗ ନିମନ୍ତେ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ମଧ୍ୟ ଓଡ଼ିଶା ଫେରିବାକୁ ଚାହୁଁଥିବା ଓଡିଆମାନଙ୍କୁ ସବୁ ପ୍ରକାରର ସହଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଓଡ଼ିଶା ଫେରିବାକୁ ଚାହୁଁଥିବା ଓଡ଼ିଆ ଲୋକମାନଙ୍କର ସ୍କ୍ରିନିଂ, ରେଜିଷ୍ଟ୍ରେସନ ଓ ଯାତ୍ରା ସମ୍ପର୍କିତ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ଏକ ବିଧିବଦ୍ଧ ପ୍ରୋଟୋକଲ ପ୍ରସ୍ତୁତି ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର ବାଲକ୍ରିଷ୍ଣନ, ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Related story