Advertisment

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରୁ ୨୦ ତାରିଖ ଅପରାହ୍ନରେ ଇଟାଲୀର ରୋମ୍ ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ୧୩ ଦିନିଆ ବିଦେଶ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ରାଜନୀତିକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏହା ଦ୍ୱିତୀୟ ବିଦେଶ ଗସ୍ତ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ସାଢ଼େ ୧ଟାରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ […]

author-image
Tapaswini Nayak
ଅଦ୍ୟତନ ହୋଇଛି
ସମ୍ବର୍ଦ୍ଧିତ ହେବେ ନବୀନଙ୍କ ସହ ଓଡ଼ିଶାରୁ ଆଉ ୨, ଭଣ୍ଡାରେଙ୍କୁ ବି ଦେଇଥିଲା ଲାଇଫ୍ ଟାଇମ୍ ଆୱାର୍ଡ

CM Naveen pattnaik

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରୁ ୨୦ ତାରିଖ ଅପରାହ୍ନରେ ଇଟାଲୀର ରୋମ୍ ଅଭିମୁଖେ ଯାତ୍ରା ଆରମ୍ଭ କରିବେ।

Advertisment

ମୁଖ୍ୟମନ୍ତ୍ରୀ ୧୩ ଦିନିଆ ବିଦେଶ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ରାଜନୀତିକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏହା ଦ୍ୱିତୀୟ ବିଦେଶ ଗସ୍ତ ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ସାଢ଼େ ୧ଟାରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିବେ। ସେଠାରୁ ୨୦ତାରିଖ ୪ଟା ୧୫ ମିନିଟରେ ଇଟାଲୀର ରୋମ୍ ଅଭିମୁଖେ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ ଓ କିଛି ବନ୍ଧୁ ମଧ୍ୟ ରୋମ୍ ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରୋମସ୍ଥିତ ଜାତିସଂଘ ଖାଦ୍ୟ କାର୍ଯ୍ୟକ୍ରମ(ୱାଲର୍ଡ ଫୁଡ୍ ପ୍ରୋଗ୍ରାମ)ରେ ଓଡ଼ିଶାର ସଫଳତା କାହାଣୀ ସମ୍ପର୍କରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହାସହିତ ଇଟାଲୀର ବିଭିନ୍ନ ସ୍ଥାନ ପରିଭ୍ରମଣ କରିବେ ।

Advertisment

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୨୬ତାରିଖ ଅପରାହ୍ନ ୩ଟା ୨୫ରେ ରୋମରୁ ଦୁବାଇ ଅଭିମୁଖେ ଗସ୍ତ କରିବେ । ଦୁବାଇରେ ୨୯ତାରିଖରେ ଭାରତ ସରକାର ଓ ଫିକ୍କି ଦ୍ୱାରା ଆୟୋଜିତ ଓଡ଼ିଶା ଇନଭେଷ୍ଟର୍ସ ମିଟରେ ଯୋଗ ଦେବେ । ୩୦ ତାରିଖ ଅପରାହ୍ନରେ ୩ଟା ୨୫ ମିନିଟରେ ଦୁବାଇ ଛାଡ଼ିବେ ଓ ରାତି ୮ଟା ୨୦ରେ ନୂଆଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ରାତି ୯ଟା ୩୦ମିନିଟରେ ଭୁବନେଶ୍ୱର ଅଭିମୁଖେ ଆସିବେ ଓ  ସାଢ଼େ ୧୧ଟାରେ ପହଂଚିବେ ବୋଲି କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ୨୨ବର୍ଷର କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବିଦେଶ ଗସ୍ତରେ ଯାଉଛନ୍ତି । ସେ ୨୦୧୨ ମେ’ ୨୪ତାରିଖରେ ଲଣ୍ଡନ ଗସ୍ତରେ ଯାଇଥିଲେ ।

Naveen Patniak