ଦୁଇ ଓଡ଼ିଆ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚୀନ ସେନା ଆକ୍ରମଣରେ ଶହୀଦ ଦୁଇ ଓଡ଼ିଆ ଯବାନଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଲଦାଖର ଗଲୱାନି ଘାଟିରେ ଚୀନ ସେନା ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ମୟୂରଭଞ୍ଜ ଜିଲ୍ଲାର ନନ୍ଦୁରାମ ସୋରେନ ଓ କନ୍ଧମାଳ ଜିଲ୍ଲ୍ଲା ରାଇକିଆ ବ୍ଲକର ଚନ୍ଦ୍ରକାନ୍ତ ପ୍ରଧାନଙ୍କ ମରଶରୀର ଚଣ୍ଡିଗଡ଼ରୁ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିଥିଲା। ସେଠାରେ ରାଜ୍ୟ […]

galwan-2-1

Tapas Behera
  • Published: Thursday, 18 June 2020
  • , Updated: 18 June 2020, 09:54 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚୀନ ସେନା ଆକ୍ରମଣରେ ଶହୀଦ ଦୁଇ ଓଡ଼ିଆ ଯବାନଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଲଦାଖର ଗଲୱାନି ଘାଟିରେ ଚୀନ ସେନା ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ମୟୂରଭଞ୍ଜ ଜିଲ୍ଲାର ନନ୍ଦୁରାମ ସୋରେନ ଓ କନ୍ଧମାଳ ଜିଲ୍ଲ୍ଲା ରାଇକିଆ ବ୍ଲକର ଚନ୍ଦ୍ରକାନ୍ତ ପ୍ରଧାନଙ୍କ ମରଶରୀର ଚଣ୍ଡିଗଡ଼ରୁ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିଥିଲା। ସେଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିମାନ ବନ୍ଦରରେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ଦୁଇ ଯବାନଙ୍କ ମରଶରୀରକୁ ସେମାନଙ୍କ ପୈତୃକ ଗାଁକୁ ପଠାଇ ଦିଆଯାଇଛି। ସେଠାରେ ରାଜକୀୟ ସମ୍ମାନରେ ଶେଷକୃତ୍ୟ ସମ୍ପନ୍ନ ହେବ।

Related story