୨୫ରେ ଦ୍ରୌପଦୀଙ୍କ ଶପଥ ସମାରୋହ, ଦିଲ୍ଲୀ ଯିବେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଆସନ୍ତା ୨୫ ତାରିଖରେ ପଦ ଓ ଗୋପନୀୟତାର ଶପଥ ନେବେ । ଏହି ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ […]

DraupadiMurmu and Naveen Patnaik

Ordigital Desk
  • Published: Thursday, 21 July 2022
  • , Updated: 21 July 2022, 08:08 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଆସନ୍ତା ୨୫ ତାରିଖରେ ପଦ ଓ ଗୋପନୀୟତାର ଶପଥ ନେବେ । ଏହି ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ମିଳିଛି । ଏଥିପାଇଁ ଶ୍ରୀ ପଟ୍ଟନାୟକ ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯାଇ ୨୬ ତାରିଖରେ ଫେରିବାର କାର୍ଯ୍ୟକ୍ରମ ରହିଛି । ନବୀନ ଏହି ଗସ୍ତବେଳେ କେତେକ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ବିଜେଡି ସାଂସଦମାନଙ୍କୁ ଭେଟିବେ ବୋଲି ଜଣାପଡ଼ିଛି ।

ଓଡ଼ିଶାର ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁଙ୍କ ଜିତିବା ନେଇ ଆନୁଷ୍ଠାନିକ ଘୋଷଣା ହୋଇନଥିଲେ ମଧ୍ୟ ସେ ବହୁ ଭୋଟ୍ ବ୍ୟବଧାନରେ ଜିତିବା ଏକପ୍ରକାର ନିଶ୍ଚିତ ହୋଇସାରିଥିବାରୁ ଆଜି ଅପରାହ୍ନରେ ବିଜେଡି ପକ୍ଷରୁ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ ହୋଇଥିଲା । ଶ୍ରୀମତୀ ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏ ପ୍ରାର୍ଥୀ ହୋଇଥିଲେ ମଧ୍ୟ ତାଙ୍କ ପାଇଁ ଓଡ଼ିଶାରେ ପ୍ରଚାରର ମଙ୍ଗ ବିଜେଡି ସମ୍ଭାଳିଥିଲା । ତେଣୁ ଏହି କାରଣରୁ ଅଣଏନଡିଏ ଓ ଅଣୟୁପିଏ ମୁଖ୍ୟମନ୍ତ୍ରୀ ଭାବେ ଶ୍ରୀ ପଟ୍ଟନାୟକଙ୍କ ସମେତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନମୋହନ ରେଡ୍ଡୀଙ୍କୁ ଶପଥ ସମାରୋହରେ ସାମିଲ ହେବେ ବୋଲି ସୂଚନା ମିଳିଛି ।

Related story