Advertisment

ଟିକା ଲଢ଼େଇ ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) କରୋନା ଟିକା ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିକା ସଂକଟ ଦୂର କରିବା ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି ନବୀନ । ଲେଖିଛନ୍ତି, ଟିକା ପାଇଁ ପରସ୍ପର ଭିତରେ ନଲଢ଼ି, ଏକାଠି ଲଢ଼ିବାକୁ ହେବ। ସେ କହିଛନ୍ତି ଯେ, ଆମ ଲୋକଙ୍କୁ ସୁରକ୍ଷା ଦେବାର ଏକମାତ୍ର ମାଧ୍ୟମ ହେଉଛି ଟିକା। ଯୁଦ୍ଧକାଳୀନ ଭିତ୍ତିରେ ଟିକାକରଣ ନକଲେ କୌଣସି ରାଜ୍ୟ ସୁରକ୍ଷିତ ନୁହେଁ। କେନ୍ଦ୍ର ନିୟମ କୋହଳ କଲା […]

author-image
Tapas Behera
ଦିନକ ପରେ ନବୀନଙ୍କୁ ଛୁଇଁବ ୭୬, ପାଳିବେନି ଜନ୍ମଦିନ

Naveen Pattnaik

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) କରୋନା ଟିକା ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିକା ସଂକଟ ଦୂର କରିବା ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି ନବୀନ । ଲେଖିଛନ୍ତି, ଟିକା ପାଇଁ ପରସ୍ପର ଭିତରେ ନଲଢ଼ି, ଏକାଠି ଲଢ଼ିବାକୁ ହେବ। ସେ କହିଛନ୍ତି ଯେ, ଆମ ଲୋକଙ୍କୁ ସୁରକ୍ଷା ଦେବାର ଏକମାତ୍ର ମାଧ୍ୟମ ହେଉଛି ଟିକା। ଯୁଦ୍ଧକାଳୀନ ଭିତ୍ତିରେ ଟିକାକରଣ ନକଲେ କୌଣସି ରାଜ୍ୟ ସୁରକ୍ଷିତ ନୁହେଁ। କେନ୍ଦ୍ର ନିୟମ କୋହଳ କଲା ପରେ କିଛି ରାଜ୍ୟ ଟେଣ୍ଡର ଡାକିଛନ୍ତି।

Advertisment

କିନ୍ତୁ ଟିକା କଂପାନୀମାନେ କେନ୍ଦ୍ର ସରକାରଙ୍କ ଠାରୁ କ୍ଲିୟରାନ୍ସ ଚାହୁଁଛନ୍ତି। ସେମାନେ ସିଧାସଳଖ ରାଜ୍ୟ ସରକାରଙ୍କ ସହ ଚୁକ୍ତି ଚାହୁଁ ନାହାନ୍ତି। ଏଭଳି ସ୍ଥିତିରେ ଏକମାତ୍ର ବିକଳ୍ପ କେନ୍ଦ୍ର ଟିକା ଆଣି ରାଜ୍ୟକୁ ବାଣ୍ଟୁ। ସମସ୍ତଙ୍କୁ ଟିକାକରଣ ପାଇଁ ନିୟମରେ କୋହଳ ପାଇଁ ରାଜ୍ୟକୁ ଅନୁମତି ମିଳୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନା ଅନୁଯାୟୀ, କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଟେଣ୍ଡର ଫେଲ୍ ମାରିଛି। ଗ୍ଲୋବାଲ ଟେଣ୍ଡରରେ ଦେଶର ଦୁଇ ପ୍ରମୁଖ ଟିକା ଉତ୍ପାଦନକାରୀ କମ୍ପାନୀ ଶିରମ ଇନଷ୍ଟିଚ୍ୟୁଟ(କୋଭିଶିଲଡ) ଓ ଭାରତ ବାୟୋଟେକ(କୋଭାକ୍ସିନ)ରେ ସାମିଲ ହୋଇନାହାନ୍ତି। ଏପରିକି ଏହି ଦୁଇ କମ୍ପାନୀ ପ୍ରି-ବିଡ୍ ବୈଠକରେ ମଧ୍ୟ ସାମିଲ ହେଲେନି।

Advertisment

ତା’ଛଡ଼ା ବିଦେଶୀ ଟିକା କମ୍ପାନୀ ଫାଇଜର ଓ ମଡେର୍ଣ୍ଣା ମଧ୍ୟ ଟିକା ଯୋଗାଇବା ପାଇଁ ରାଜ୍ୟ ନୁହେଁ ବରଂ କେନ୍ଦ୍ର ସରକାରଙ୍କ ସହ ଚୁକ୍ତିବଦ୍ଧ ହେବାକୁ ଚାହୁଁଛନ୍ତି ।  ଗ୍ଲୋବାଲ ଟେଣ୍ଡରରେ ଟିକା ଉତ୍ପାଦନକାରୀ କମ୍ପାନୀଗୁଡ଼ିକ ଆଗ୍ରହ ଦେଖାଉନଥିବା ଦର୍ଶାଇ ରାଜ୍ୟ ସରକାର ଗତକାଲି କେନ୍ଦ୍ର ସରକାରଙ୍କୁ ଟିକା କ୍ରୟ କରି ଯୋଗାଇବା ନିମନ୍ତେ ଅନୁରୋଧ କରିଥିଲେ।