ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ମୁଣ୍ଡାଗୁଡ଼ାରେ ନକ୍ସଲମାନେ ଏକ ଲଙ୍କାକାଣ୍ଡ ଘଟାଇଛନ୍ତି। ସେମାନେ ଏକ ଯାତ୍ରୀବାହୀ ବସ୍କୁ ଜାଳି ଦେଇଛନ୍ତି।
ଗତକାଲି ରାତିରେ ୨୦ରୁ ୩୦ ଜଣ ସଶସ୍ତ୍ର ମାଓବାଦୀ ମହୁପଦରରୁ ମୋଟୁ ଯାଉଥିବା ଏହି ଯାତ୍ରୀବାହୀ ବସ୍କୁ ମୁଣ୍ଡାଗୁଡ଼ା ନିକଟରେ ଅଟକାଇଥିଲେ। ସେମାନେ ଯାତ୍ରୀଙ୍କୁ ବସ୍ରୁ ଓହ୍ଲାଇ ଦେଇ ସେଥିରେ ନିଆଁ ଲଗାଇ ଦେଇଥିଲେ।
ନକ୍ସଲମାନେ ବସ୍ ଡ୍ରାଇଭର ଓ କଣ୍ଡକ୍ଟରକୁ ନିର୍ଧୂମ ପିଟିଥିଲେ। ପ୍ରତିବାଦ ସପ୍ତାହ (ନକ୍ସଲଙ୍କର) ଚାଲିଥିବା ବେଳେ କାହିଁକି ବସ୍ ଆଣିଲ ବୋଲି କହି ସେମାନେ ବସ୍ କର୍ମଚାରୀଙ୍କୁ ପିଟିଥିଲେ। ଏହାସହ ସେମାନେ ବସ୍କର୍ମଚାରୀଙ୍କ ମୋବାଇଲ ନେଇଯାଇଥିଲେ।
ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।