ମାଲକାନଗିରି(ଜିତେନ୍ଦ୍ର ବେଉରା): ନିଜ ଦଳର ଆଗ ଧାଡ଼ିର ନେତାଙ୍କୁ ହତ୍ୟା କଲେ ନକ୍ସଲ। ଏପରି ଚାଞ୍ଚଲ୍ୟକର ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ।
କିଛିଦିନ ଧରି ନକ୍ସଲମାନେ ବିଜାପୁରର ଗାଙ୍ଗୁଲୁର ଜଙ୍ଗଲରେ ନିରୀହ ଆଦିବାସି ଏବଂ ପୁଲିସ୍କୁ ଟାର୍ଗେଟ କରି ଆସୁଥିଲେ । କିନ୍ତୁ ଏବେ ନିଜ ସଙ୍ଗଠନର ଆଗ ଧାଡ଼ିର ନେତାଙ୍କୁ ହତ୍ୟା କରିଛନ୍ତି । ମୃତକ ହେଲା ଗଙ୍ଗଲୁର ଏରିଆ କମିଟି DVC ଇନଚାର୍ଜ ବିଜ୍ଜା ମୋଡିୟମ ।
ମୋଡିୟମଙ୍କ ନାଁରେ ୮ ଲକ୍ଷ ଟଙ୍କା ପୁରସ୍କାର ରଖିଥିଲେ ଛତିଶଗଡ଼ ସରକାର । ପୁଲିସ୍ ଇନଫର୍ମର ସନ୍ଦେହ କରି ମାଓବାଦୀ ତାଙ୍କୁ ହତ୍ୟା କରିଥିବା ଆଶଙ୍କା କରାଯାଉଛି । ଗତକାଲି ମୋଡିୟମଙ୍କ ମୃତଦେହକୁ ଇତାବର ଗାଁରେ ଶବ ସତ୍କାର କରାଯାଇଥିବା ସୂଚନା ଦେଇଛନ୍ତି ବସ୍ତର IG ସୁନ୍ଦର ରାଜ P।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l