ନବ ନିର୍ମାଣ କୃଷକ ଆନ୍ଦୋଳନକୁ ନକ୍ସଲଙ୍କ ସମର୍ଥନ

କନ୍ଧମାଳ (ଓଡ଼ିଶା ରିପୋର୍ଟର): ପୁଣି ଥରେ କନ୍ଧମାଳରେ ନିଜ ପତିଆରା ଜାହିର କରିଛି ନକ୍ସଲ। ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଚାଲିଥିବା କୃଷକ ଆନ୍ଦୋଳନକୁ ସମର୍ଥନ କରି ନକ୍ସଲମାନେ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପୋଷ୍ଟର ଲଗାଇଛନ୍ତି। ଜିଲ୍ଲାର ଫିରିଙ୍ଗିଆ ଥାନା ଅନ୍ତର୍ଗତ କୁକୁରୁମା ଏବଂ ଗୁଛାପଡ଼ା ଥାନା ଖଦିରଗାଁରେ ଏଭଳି ନକ୍ସଲ ପୋଷ୍ଟର ଲାଗିଛି। ସିପିଆଇ ମାଓବାଦୀ ରାଜ୍ୟ କମିଟି ପକ୍ଷରୁ ଏହି ପୋଷ୍ଟର ଲଗାଯାଇଥିବା ଉଲ୍ଲେଖ ରହିଛି। ରାଜ୍ୟରେ ଚାଲିଥିବା କୃଷକ […]

tyyy9000

Tapaswini Nayak
  • Published: Monday, 12 November 2018
  • , Updated: 12 November 2018, 10:11 AM IST

କନ୍ଧମାଳ (ଓଡ଼ିଶା ରିପୋର୍ଟର): ପୁଣି ଥରେ କନ୍ଧମାଳରେ ନିଜ ପତିଆରା ଜାହିର କରିଛି ନକ୍ସଲ। ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଚାଲିଥିବା କୃଷକ ଆନ୍ଦୋଳନକୁ ସମର୍ଥନ କରି ନକ୍ସଲମାନେ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପୋଷ୍ଟର ଲଗାଇଛନ୍ତି।

ଜିଲ୍ଲାର ଫିରିଙ୍ଗିଆ ଥାନା ଅନ୍ତର୍ଗତ କୁକୁରୁମା ଏବଂ ଗୁଛାପଡ଼ା ଥାନା ଖଦିରଗାଁରେ ଏଭଳି ନକ୍ସଲ ପୋଷ୍ଟର ଲାଗିଛି।

ସିପିଆଇ ମାଓବାଦୀ ରାଜ୍ୟ କମିଟି ପକ୍ଷରୁ ଏହି ପୋଷ୍ଟର ଲଗାଯାଇଥିବା ଉଲ୍ଲେଖ ରହିଛି।

ରାଜ୍ୟରେ ଚାଲିଥିବା କୃଷକ ଆନ୍ଦୋଳନକୁ ସମର୍ଥନ ଏବଂ ପ୍ରତିରୋଧ ତୀବ୍ର କର ବୋଲି ପୋଷ୍ଟରରେ ଉଲ୍ଲେଖ କରାଯାଇଛି। ଗିରଫ କୃଷକ ନେତା ଏବଂ କୃଷକମାନଙ୍କୁ ଶୀଘ୍ର ଛାଡିବାକୁ ପୋଷ୍ଟର ଜରିଆରେ ନକ୍ସମାନେ ଦାବି କରିଛନ୍ତି।

Related story